ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ
ଓଏଲ୍ ବ୍ୟୁରୋ: ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ। ଭୁବନେଶ୍ଵର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ ବୋଲି ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କର ଆଜି ଅନ୍ୟ ସରକାରୀ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ରହିଛି। ତେଣୁ ଭୁବନେଶ୍ଵର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରଖାଯାଇଛି।
ତେବେ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଜରିଆରେ ଜଣାଇ ଦିଆଯିବ ବୋଲି ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।