ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଓଏଲ୍ ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ମୋଦିଙ୍କୁ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଜାନୁଆରୀ ମାସ ୮ ତାରିଖରେ ଭୁବନେଶ୍ବରରେ ପ୍ରଥମ ଥର ପାଇଁ ପ୍ରବାସୀ ଭାରତୀୟ ଦିବସ ପାଳନ ହେବ। ଏହି ଉତ୍ସବରେ ଯୋଗ ଦେବାପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି ମୋହନ ଚରଣ ମାଝୀ। ଏଥିସହିତ ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମ ପାଇଁ ମଧ୍ୟ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ।