ପରଲୋକରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ
ଓଏଲ୍ ବ୍ୟୁରୋ: ପରଲୋକରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ। ୯୨ ବର୍ଷରେ ପ୍ରଖ୍ୟାତ ଅର୍ଥନୀତିଜ୍ଞ ଓ ରାଜନେତା ମନମୋହନ ସିଂହଙ୍କ ଦେହାନ୍ତ ହୋଇଛି। ଆଜି ସନ୍ଧ୍ୟାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଏମ୍ସର ଏମର୍ଜେନ୍ସି ୱାର୍ଡରେ ସ୍ୱତନ୍ତ୍ର ଡାକ୍ତରୀ ଟିମ ତାଙ୍କର ଚିକିତ୍ସା କରିଥିଲେ। ହେଲେ ଡାକ୍ତରୀ ଟିମର ସବୁ ଚେଷ୍ଟା ସତ୍ତ୍ୱେ ଶ୍ରୀ ସିଂହ ଆଖି ବୁଜି ଦେଇଛନ୍ତି। ରାତି ୯ଟା ୫୧ରେ ତାଙ୍କର ପରଲୋକ ହୋଇଥିବା ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି।
ଆରବିଆର ଗଭର୍ଣ୍ଣ ଭାବେ କାମ କରି ସାରିଥିବା ମନମୋହନ ସିଂହ ୨୦୦୪ରୁ ୨୦୧୪ ଯାଏ ଦେଶର ପ୍ରଧାନମନ୍ତ୍ରୀ ଭାବେ କାମ କରିଥିଲେ। ସେ ଦେଶର ଏକମାତ୍ର ପ୍ରଧାନମନ୍ତ୍ରୀ ଯିଏ ରାଜ୍ୟସଭାକୁ ପ୍ରତିନିଧିତ୍ୱ କରୁଥିଲେ। ସେ ଲୋକସଭା ନିର୍ବାଚନ କେବେ ବି ଜିତି ନଥିଲେ। ରାଜ୍ୟସଭାର ସଦସ୍ୟ ଭାବେ କାମ କରି ଆସିଥିବା ଶ୍ରୀ ସିଂହ ଚଳିତ ବର୍ଷ ଏପ୍ରିଲରେ ଅବସର ନେଇଥିଲେ।
ପିଭି ନରସିଂହ ରାଓଙ୍କ ସରକାରରେ ମନମୋହନ ସିଂହ ଦେଶର ଅର୍ଥମନ୍ତ୍ରୀ ଥିଲେ। ଏହି ସମୟରେ ଭାରତୀୟ ଅର୍ଥନୀତିରେ ସେ ବୈପ୍ଳବିକ ପରିବର୍ତ୍ତନ ଆଣିଥିଲେ। ଭାରତୀୟ ଅର୍ଥନୀତି ତାଙ୍କ ତୁଳୀରେ ନୂଆ ରୂପ ପାଇଥିଲା।