Odisha Link
Bridging the Missing Links in Odisha

ସାରା ଦେଶରେ ଶୀତର ପ୍ରଭାବ, ୧୫ରୁ ଅଧିକ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ

ଓଏଲ୍‌ ବ୍ୟୁରୋ: ସାରା ଦେଶରେ ଶୀତର ପ୍ରଭାବ ଦେଖିବାକୁ ମିଳିଛି। ଶୀତର ପ୍ରଭାବରେ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଛି। ଘନ କୁହୁଡି ପାଇଁ ୧୮ଟି ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଥିବାବେଳେ ଯାତ୍ରୀ ମାନଙ୍କ ସୁରକ୍ଷା ଦୃଷ୍ଟିରୁ ଟ୍ରେନ ଚଳାଚଳକୁ ନିରାପଦ ରଖିବା ପାଇଁ ଏଭଳି ନିଷ୍ପତି ନିଆଯାଇଛି।

ଅନ୍ୟପଟେ, ଧିରେ ଧିରେ ଦୁର୍ବଳ ହେବାରେ ଲାଗିଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ। ଆଜି ଅପରାହ୍ନ ବେଳକୁ ଏହା ଆହୁରି ଦୁର୍ବଳ ହେବ। ଫଳରେ ରାଜ୍ୟରେ ଆଜିଠୁ ବର୍ଷାର ପରିମାଣ ସାମାନ୍ୟ କମିବାକୁ ଥିବା ବେଳେ କାଲିଠୁ ସମ୍ପୂର୍ଣ୍ଣ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଆଜି ବିଶେଷ କରି ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷାର ସମ୍ଭାବନା ରହିଛି। ଗଂଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ତେବେ କାଲିଠାରୁ ପାଗରେ ପରିବର୍ତ୍ତନ ଆସିବ। କାଲିଠୁ ବର୍ଷା ସଂପୂର୍ଣ୍ଣ କମିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Comments are closed.