Odisha Link
Bridging the Missing Links in Odisha

ମନମୋହନ ସିଂହଙ୍କ ଦେହାନ୍ତ, ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗରେ ଦେଶ ଜଣେ ବିଚକ୍ଷଣ ଅର୍ଥନୀତିଜ୍ଞ ଓ ଦେଶ ପ୍ରତି ସମର୍ପିତ ଉଦାର ରାଜନେତାଙ୍କୁ ହରାଇଛି। ଗତକାଲି ୯୨ ବର୍ଷ ବୟସରେ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହଙ୍କ ପରଲୋକ। ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିଲା। ଆଜି ଶେଷ ଦର୍ଶନ ପାଇଁ ଦିଲ୍ଲୀ ଏମ୍‌ସରୁ ତାଙ୍କ ପାର୍ଥିବ ଶରୀର ବାସଭବନକୁ ନିଆଯାଇଛି। ଆସନ୍ତାକାଲି ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଅନ୍ତିମ ସଂସ୍କାର ହେବ।

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକସେବା ଭବନରେ ଶ୍ରଦ୍ଧାଞ୍ଜଳି ଅବସରରେ ମନମୋହନଙ୍କୁ ଦେଶର ମହାନ ବରପୁତ୍ର କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଅର୍ଥନୀତିରେ ତାଙ୍କର ଜ୍ଞାନ ଓ ଦକ୍ଷତା ପାଇଁ ବିଶ୍ବରେ ସମ୍ମାନର ଅଧିକାରୀ। ଜ୍ଞାନ, ଭଦ୍ରତା, ସାଧୁତା, ରାଜନୀତିରେ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମନମୋହନ ସିଂହଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଶେଷ ଦର୍ଶନ କରିଛନ୍ତି ମହାମହିମ ରାଷ୍ଟ୍ରପତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ବି ମନମୋହନ ସିଂହଙ୍କୁ ଶେଷ ଦର୍ଶନ କରିଛନ୍ତି। ତେବେ ବିଦେଶରେ ରହୁଥିବା ତାଙ୍କ ଝିଅ ଭାରତରେ ପହଞ୍ଚିବା ପରେ ଡ. ମନମୋହନ ସିଂହଙ୍କୁ ଅନ୍ତିମ ବିଦାୟ ଦିଆଯିବ। ଏନେଇ କଂଗ୍ରେସ ପକ୍ଷରୁ ସୂଚନା ଦିଆଯାଇଛି। ଶନିବାର ଦିନ ପ୍ରାୟ ୧୧ଟାରେ ଶେଷକୃତ୍ୟ ହେବ। ଏହା ପୂର୍ବରୁ ଦିଲ୍ଲୀର ସ୍ଥିତ କଂଗ୍ରେସ ମୁଖ୍ୟାଳୟରେ ତାଙ୍କୁ ଅନ୍ତିମ ବିଦାୟ ଦିଆଯିବ।

ଏପଟେ କେନ୍ଦ୍ର ସରକାରଙ୍କ ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି। ଡିସେମ୍ବର ୨୬ରୁ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରୀୟ ଶୋକ ପାଳନ ହେବ। ଏହା ସହିତ ଶୁକ୍ରବାର ସମସ୍ତ ସରକାର କାର୍ଯ୍ୟକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ମନମୋହନ ସିଂହଙ୍କ ବିୟୋଗରେ କଂଗ୍ରେସ ଶାସିତ ରାଜ୍ୟ କର୍ଣ୍ଣାଟକରେ ମଧ୍ୟ ସମସ୍ତ ସରକାରୀ କାର୍ଯ୍ୟାଳୟ ଛୁଟି ଘୋଷଣା କରାଯାଇଛି।।

Leave A Reply

Your email address will not be published.