Odisha Link
Bridging the Missing Links in Odisha

ରାଜ୍ୟରେ ଘନ କୁହୁଡ଼ି ଭୟ: ୬ ଜିଲ୍ଲାକୁ ସତର୍କ ସୂଚନା

ଓଏଲ୍‌ ବ୍ୟୁରୋ: ପୁଣି ଘନକୁହୁଡ଼ିକୁ ନେଇ ସତର୍କତା ଜାରି ହୋଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ିର ଆସ୍ତରଣ ପାଇଁ ଯାତାୟତ ବାଧାପ୍ରାପ୍ତ ହୋଇଛି। କିଛି ଅଂଚଳରେ ସକାଳୁ ସକାଳୁ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳୁ ସକାଳୁ ପ୍ରବଳ ଶୀତ ସହ ଘନକୁହୁଡି ଯୋଗୁ ଜୀବନ ଯାତ୍ରା ପ୍ରଭାବିତ ହେଉଛି। ଘନ କୁହୁଡି ଯୋଗୁଁ ଦିଲ୍ଲୀ ବିମାନ ବନ୍ଦରରେ ବିମାନ ଉଡ଼ାଣରେ ବ୍ୟାଘାତ ସୃଷ୍ଟି ହୋଇଛି। ଆଜି ଓ କାଲି ପାଇଁ ରାଜ୍ୟର ୬ ଜିଲ୍ଲାକୁ ଘନ କୁହୁଡି ପାଇଁ ସତର୍କ ସୂଚନା ଜାରି ହୋଇଛି। ବରଗଡ଼, ବଲାଙ୍ଗିର, ନୂଆପଡ଼ା, କେନ୍ଦୁଝର, ମୟୂରଭଞ୍ଜ ଓ ସମ୍ବଲପୁରକୁ ସତର୍କ କରାଇଛି ପାଣିପାଗ କେନ୍ଦ୍ର। ୨୪ ଘଣ୍ଟା ଭିତରେ ରାଜ୍ୟରେ ଶୀତ ବଢ଼ିବା ନେଇ ପୂର୍ବାନୁମାନ କରାଯାଇଥିବାବେଳେ ୨ରୁ ୪ ଡିଗ୍ରୀ ଯାଏଁ ପାରଦ ଖସିବା ନେଇ ସୂଚନା ଜାରି ହୋଇଛି।

Leave A Reply

Your email address will not be published.