ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, କ୍ଷୟକ୍ଷତି ଅନୁଧ୍ୟାନ କଲେ କେନ୍ଦ୍ରାପଡ଼ା ସାଂସଦ
ଓଏଲ୍ ବ୍ୟୁରୋ: ରାଜ୍ୟରେ ଅଦିନିଆ ବର୍ଷା ଯୋଗୁଁ ଚାଷୀମାନେ ଫସଲ କ୍ଷତିର ସମ୍ମୁଖୀନ ହୋଇଥିବାରୁ ରାଜ୍ୟ ସରକାର କ୍ଷତିଗ୍ରସ୍ତ ଚାଷୀ ମାନଙ୍କୁ ସହାୟତା ଦେବାପାଇଁ ଯୋଜନା କରିଛନ୍ତି। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ବୈଠକ କରିବା ସହିତ ନୟାଗଡ, ଗଜପତି ଓ ଗଞ୍ଜାମ ଜିଲ୍ଲା ପରିଦର୍ଶନ କରି କ୍ଷୟକ୍ଷତି ଆକଳନ କରିଛନ୍ତି। ଅନ୍ୟ ମନ୍ତ୍ରୀମାନେ ମଧ୍ୟ କ୍ଷତିଗ୍ରସ୍ତ ଅଞ୍ଚଳକୁ ଗସ୍ତ କରିଛନ୍ତି।କେନ୍ଦ୍ରାପଡ଼ାରେ ସାଂସଦ ବୈଜୟନ୍ତ ପଣ୍ଡା ଫସଲ କ୍ଷୟକ୍ଷତି ଅନୁଧ୍ୟାନ କରିଛନ୍ତି। ଜଜାଙ୍ଗରେ ଚାଷୀଙ୍କୁ ଭେଟିବା ସହ କ୍ଷୟକ୍ଷତି ଅନୁଧ୍ୟାନ କରିଛନ୍ତି। ସଠିକ୍ ଆକଳନ ସହ କ୍ଷତିପୂରଣ ଦେବାକୁ ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି।