Odisha Link
Bridging the Missing Links in Odisha

ଚାଷୀଙ୍କୁ ମିଳିବ ଫସଲ କ୍ଷତିର ସହାୟତା, ଆସନ୍ତାକାଲି ପଞ୍ଜିକରଣର ଶେଷ ତାରିଖ

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଅଦିନିଆ ବର୍ଷା ଯୋଗୁଁ ଚାଷୀମାନେ ଫସଲ କ୍ଷତିର ସମ୍ମୁଖୀନ ହୋଇଥିବାରୁ ରାଜ୍ୟ ସରକାର କ୍ଷତିଗ୍ରସ୍ତ ଚାଷୀ ମାନଙ୍କୁ ସହାୟତା ଦେବାପାଇଁ ଯୋଜନା କରିଛନ୍ତି। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ବୈଠକ କରିବା ସହିତ ନୟାଗଡ, ଗଜପତି ଓ ଗଞ୍ଜାମ ଜିଲ୍ଲା ପରିଦର୍ଶନ କରି କ୍ଷୟକ୍ଷତି ଆକଳନ କରିଛନ୍ତି। ଅନ୍ୟ ମନ୍ତ୍ରୀମାନେ ମଧ୍ୟ କ୍ଷତିଗ୍ରସ୍ତ ଅଞ୍ଚଳକୁ ଗସ୍ତ କରିଛନ୍ତି।

ଉଭୟ ବୀମା କରିନଥିବା ଓ ବୀମା କରିଥିବା ଚାଷୀମାନଙ୍କୁ ସହାୟତା ଦିଆଯିବ। ବୀମା କରିଥିବା ଚାଷୀମାନଙ୍କୁ ଫସଲ କ୍ଷତି ସମ୍ପର୍କରେ ସୂଚନା ଦେବା ପାଇଁ ଡିସେମ୍ବର ୨୯ ଥିଲା ଶେଷ ତାରିଖ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ର କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରାଳୟକୁ ଏହି ଅବଧି ବଢାଇବାକୁ ଅନୁରୋଧ କରାଯାଇଥିଲା। ଚାଷୀ ମାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏହି ଅବଧିକୁ ଆଉ ତିନି ଦିନ ପାଇଁ ବୃଦ୍ଧି କରିଛନ୍ତି। ତେଣୁ, ଚାଷୀମାନେ ବର୍ତ୍ତମାନ ୨୦୨୫ ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ବୀମା କମ୍ପାନୀ ମାନଙ୍କୁ ଫସଲ କ୍ଷତି ସମ୍ପର୍କରେ ସୂଚନା ଦେଇ ପାରିବେ।

Leave A Reply

Your email address will not be published.