Odisha Link
Bridging the Missing Links in Odisha

ନୂଆବର୍ଷରେ ମୁଖ୍ୟମନ୍ତ୍ରୀ ଦେବେ ବଡ଼ ଭେଟି: ଛାତ୍ରଛାତ୍ରୀଙ୍କୁ ମିଳିବ ୫ ହଜାର ଟଙ୍କା

ଓଏଲ୍‌ ବ୍ୟୁରୋ: ନୂଆବର୍ଷରେ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଦେବେ ବଡ଼ ଭେଟି। ଜନଜାତି ଛାତ୍ରଛାତ୍ରୀଙ୍କୁ ମିଳିବ ୫ ହଜାର ଟଙ୍କା।ଏକକାଳୀନ ଆକାଉଣ୍ଟକୁ ଯିବ ୫୦୦୦ ଟଙ୍କା। ମାଧୋ ସିଂ ହାତଖର୍ଚ୍ଚ ଯୋଜନାର ଶୁଭାରମ୍ଭ ହେବ। ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କରିବେ। ଛାତ୍ରଛାତ୍ରୀଙ୍କୁ ପ୍ରୋତ୍ସାହିତ କରିବା ପାଇଁ ରାଜ୍ୟ ସରକାର ସହିଦ ମାଧୋ ସିଂହ ଛାତ୍ରବୃତ୍ତି ଯୋଜନା ଆରମ୍ଭ ହେବ।

ଅନୁସୂଚିତ ଜନଜାତି ଛାତ୍ରଛାତ୍ରୀଙ୍କୁ ଶିକ୍ଷା କ୍ଷେତ୍ରରେ ପ୍ରୋତ୍ସାହିତ କରିବା ତଥା ଡ୍ରପଆଉଟ ସଂଖ୍ୟାକୁ କମାଇବା ଭଳି ମହତ ଉଦ୍ଦେଶ୍ୟ ରଖି ଏହି ଛାତ୍ରବୃତ୍ତି ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ନବମ ଓ ଦଶମରୁ ଉତ୍ତୀର୍ଣ୍ଣ ହୋଇ ଏକାଦଶ ଶ୍ରେଣୀରେ ନାମ ଲେଖାଇବା ପରେ ସେମାନଙ୍କ ପାଇଁ ଏକ ପ୍ରୋତ୍ସାହନ ରାଶି ଭାବେ ବାର୍ଷିକ ୫ ହଜାର ଟଙ୍କା ପ୍ରଦାନ କରାଯିବ।

ସହିଦ ମାଧୋ ସିଂହ ହାତ ଖର୍ଚ୍ଚ ଯୋଜନାର ଗାଇଡ ଲାଇନ ଜାରି ହୋଇଛି। ଅନୁସୂଚିତ ଜାତି ଓ ଜନଜାତି ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଜାରି ହୋଇଛି। ବିଦ୍ୟାଳୟରେ ଡ୍ରପଆଉଟ୍‌ ହାର କମାଇବା ଯୋଜନାର ମୂଳ ଲକ୍ଷ୍ୟ ରହିଛି। ଅଷ୍ଟମରୁ ନବମ ଓ ଦଶମରୁ ଏକାଦଶକୁ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କୁ ମିଳିବ ୫ ହଜାର ଟଙ୍କା। ଅନୁସୂଚିତ ଜାତି ଓ ଜନଜାତିର ଛାତ୍ରଛାତ୍ରୀଙ୍କୁ ମିଳିବ ଏହି ଆର୍ଥିକ ସହାୟତା ରାଶି।

Leave A Reply

Your email address will not be published.