ରବିବାରଠୁ ପର୍ଯ୍ୟଟକଙ୍କ ପାଇଁ ସାତକୋଶିଆ ବନ୍ଦ
ଓଏଲ୍ ବ୍ୟୁରୋ: ରବିବାରଠୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ସାତକୋଶିଆ। ଜାନୁଆରୀ ୬,୭ ଓ ୮ ତାରିଖରେ ସାତତକୋଶିଆରେ କୁମ୍ଭୀର ଗଣନା ହେବ। ଏହାକୁ ନଜରରେ ରଖି କାଲିଠୁ ଉଭୟ ପର୍ଯ୍ୟଟକ ଓ ମତ୍ସ୍ୟଜୀବୀଙ୍କୁ ସାତକୋଶିଆ ମନା ରହିଛି। ଏହିପରି ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ବନବିଭାଗ କହିଛି।
ମହାନଦୀ ଗଣ୍ଡରେ ୨୩ କିମି ଯାଏ ଗଣନା କରାଯିବାର କାର୍ଯ୍ୟକ୍ରମ ଥିବା ବେଳେ, ବନବିଭାଗର ୧୪ଟି ଦଳରେ ମୋଟ ୭୦ଜଣ କର୍ମଚାରୀ ନିୟୋଜିତ ରହିବେ। ଏଥିପାଇଁ ବନବିଭାଗ ପକ୍ଷରୁ ଦେଶୀଡଙ୍ଗାର ବ୍ୟବସ୍ଥା କରାଯାଇଥିବା ବନଖଣ୍ଡ ଅଧିକାରୀ କହିଛନ୍ତି। ସୂଚାରୁରୂପେ ବିନା ବାଧାବିଘ୍ନରେ ଗଣନା କାର୍ୟ୍ୟ କରିବାକୁ ଲକ୍ଷ୍ୟ ରଖିଛନ୍ତି କର୍ତ୍ତୃପକ୍ଷ।