ରାୟଗଡ଼ା ରେଳମଣ୍ଡଳ ଭବନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ, ସାମିଲ ହେଲେ ମୁଖ୍ୟମନ୍ତ୍ରୀ
ଓଏଲ୍ ବ୍ୟୁରୋ: ଯୋଗାଯୋଗ କ୍ଷେତ୍ରରେ ନୂଆ ଅଧ୍ୟାୟ। ଆଜି ବିଭିନ୍ନ ରେଳପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାୟଗଡ଼ା ରେଳ ମଣ୍ଡଳ ଭବନ ପାଇଁ ଶୁଭ ଦେଇଛନ୍ତି ପ୍ରଧାନମନ୍ତ୍ରୀ। ଭିଡିଓ କନଫରେନ୍ସିଂରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାୟଗଡ଼ା ରେଳ ମଣ୍ଡଳ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝି ଯୋଗ ଦେଇଛନ୍ତି।
ଜମ୍ମୁରେ ପ୍ରଧାନମନ୍ତ୍ରୀଙ୍କ ସହିତ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଉପସ୍ଥିତ ରହିଛନ୍ତି। ଏହି ଅବସରରେ ରାୟଗଡ଼ା ଅଧିଷ୍ଠାତ୍ରୀ ମା’ ମଝିଘରିଆଣୀ ମାଟିରେ ରାଜ୍ୟପାଳ ଡକ୍ଟର କେ.ହରି ବାବୁ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିଛନ୍ତି। ରେଳ ମଣ୍ଡଳ ପ୍ରତିଷ୍ଠା ଦ୍ୱାରା ଏହି ଅଞ୍ଚଳରେ ରେଳ ପରିଚାଳନା କାର୍ଯ୍ୟର ଦକ୍ଷତା ବୃଦ୍ଧି ପାଇବ ବୋଲି ଆଶା ରଖାଯାଇଛି। ଅବିଭକ୍ତ କୋରାପୁଟ ଜିଲ୍ଲା ପାଇଁ ଏଭଳି ଏକ ପଦକ୍ଷେପ ଲୋକଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଛି।