Odisha Link
Bridging the Missing Links in Odisha

ରାୟଗଡ଼ା ରେଳମଣ୍ଡଳ ଭବନ ପାଇଁ ଶୁଭ ଦେବେ ପ୍ରଧାନମନ୍ତ୍ରୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଯୋଗାଯୋଗ କ୍ଷେତ୍ରରେ ସାମିଲ ହେବ ନୂଆ ଅଧ୍ୟାୟ। ଆଜି ବିଭିନ୍ନ ରେଳପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାୟଗଡ଼ା ରେଳ ମଣ୍ଡଳ ଭବନ ପାଇଁ ଶୁଭ ଦେବେ ପ୍ରଧାନମନ୍ତ୍ରୀ। ମଧ୍ୟାହ୍ନରେ ଭିଡିଓ କନଫରେନ୍ସିଂରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାୟଗଡ଼ା ରେଳ ମଣ୍ଡଳ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଏଥିସହ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ରେଳ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି।

ଜମ୍ମୁରେ ପ୍ରଧାନମନ୍ତ୍ରୀଙ୍କ ସହିତ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଉପସ୍ଥିତ ରହିବେ। ଏହି ଅବସରରେ ରାୟଗଡ଼ା ଅଧିଷ୍ଠାତ୍ରୀ ମା’ ମଝିଘରିଆଣୀ ମାଟିରେ ରାଜ୍ୟପାଳ ଡକ୍ଟର କେ.ହରି ବାବୁ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିବେ। ରେଳ ମଣ୍ଡଳ ପ୍ରତିଷ୍ଠା ଦ୍ୱାରା ଏହି ଅଞ୍ଚଳରେ ରେଳ ପରିଚାଳନା କାର୍ଯ୍ୟର ଦକ୍ଷତା ବୃଦ୍ଧି ପାଇବ ବୋଲି ଆଶା ରଖାଯାଇଛି। ଅବିଭକ୍ତ କୋରାପୁଟ ଜିଲ୍ଲା ପାଇଁ ଏଭଳି ଏକ ପଦକ୍ଷେପ ଲୋକଙ୍କ ମଧ୍ୟରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଛି।

Leave A Reply

Your email address will not be published.