ପ୍ରବାସୀ ଭାରତୀୟ ଦିବସ: ଯୁବ ସମାବେଶରୁ ସମ୍ମିଳନୀ ଆରମ୍ଭ

ଓଏଲ୍ ବ୍ୟୁରୋ: ଭୁବନେଶ୍ୱରରେ ଆରମ୍ଭ ହୋଇଛି ପ୍ରବାସୀ ଭାରତୀୟ ସମ୍ମିଳନୀ। ଏନେଇ ଚଳଚଞ୍ଚଳ ହୋଇପଡିଛି ରାଜଧାନୀ ଭୁବନେଶ୍ୱର। ଓଡ଼ିଶାରେ ଜମିଲାଣି ଏନ୍ଆର୍ଆଇଙ୍କ ଭିଡ଼। ଭୁବନେଶ୍ୱର ଜନତା ମୈଦାନରେ ସମ୍ମିଳନୀ ଆରମ୍ଭ ହୋଇଛି। ସମ୍ମିଳନୀରେ କେନ୍ଦ୍ରମନ୍ତ୍ରୀ ଏସ ଜୟଶଙ୍କର, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଛନ୍ତି। ଯୁବ ସମାବେଶରୁ ଆରମ୍ଭ ହୋଇଛି ପ୍ରବାସୀ ଭାରତୀୟ ସମ୍ମିଳନୀ। ସାମିଲ ହେବେ ୭୦ ରାଷ୍ଟ୍ରରୁ ଆସିଥିବା ୪ ହଜାରରୁ ଅଧିକ ପ୍ରବାସୀ। ଏଥିପାଇଁ ଭୁବନେଶ୍ୱରରେ ପ୍ରବାସୀ ଭାରତୀୟଙ୍କୁ ସସମ୍ମାନେ ସ୍ୱାଗତ କରାଯାଉଛି।