ଇ-କେୱାଇସି ନକଲେ ମିଳିବନି ରାସନ, ସମୟସୀମା ଘୋଷଣା କଲେ ମନ୍ତ୍ରୀ..

ଓଏଲ୍ ବ୍ୟୁରୋ: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର। ଇ-କେୱାଇସିକୁ ନେଇ ସାଧାରଣରେ ଥିବା ଦ୍ୱନ୍ଦ୍ୱ ଦୂର କରିଛନ୍ତି ରାଜ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି, ଇ-କେୱାଇସି ଅନ୍ତିମ ପର୍ଯ୍ୟାୟରେ ପହଂଚିଛି। ଏଯାଏଁ ୮୫ ପ୍ରତିଶତ ଲୋକ ଇ-କେୱାଇସି କରିସାରିଲେଣି। ଇ-କେୱାଇସି ନକଲେ କଟିଯିବ ରାସନକାର୍ଡ। ମନ୍ତ୍ରୀ କହିଛନ୍ତି, ୩୧ ଜାନୁଆରୀ ସୁଦ୍ଧା ରାସନ କାର୍ଡ ଇ-କେୱାଇସି ନକଲେ ରାସନକାର୍ଡ କଟିଯିବ। ଇ-କେୱାଇସି ସାରିଲେ ନୂଆ ରାସନ କାର୍ଡ ମିଳିବ ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି।
ରାଜ୍ୟରେ ୩ କୋଟି ୩୬ ଲକ୍ଷ ୩୫ ହଜାର ୯୧୮ ଙ୍କ ମଧ୍ୟରୁ ଆଜିଯାଏଁ ୨ କୋଟି ୬୯ ଲକ୍ଷ ୨୩ ହଜାର ୮୩୦ ହିତାଧିକାରୀଙ୍କ କେୱାଇସି ଯାଞ୍ଚ ସାରିଲାଣି। ଏବେ ବି ୬ ଲକ୍ଷ ୧୯ ହଜାର ୮୩୬ ନୂଆ କାର୍ଡ ପାଇଁ ଆବେଦନ କରି ଅପେକ୍ଷାରେ ଅଛନ୍ତି। ତେବେ ଭୂତ ହିତାଧିକାରୀଙ୍କ ବାବଦରେ ଜଣାପଡିବା ପରେ ପୁରା ତାଲିକାରେ ସଂଶୋଧନ କରାଯିବ। ଭୂତ ହିତାଧିକାରୀଙ୍କ ନାଁକୁ ତାଲିକାରୁ ହଟାଯାଇ ଯେତିକି ସ୍ଥାନ ଖାଲି ହେବ ସେଠାରେ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।