ଆୟୁଷ୍ମାନ ଭାରତ ଯୋଜନା ପାଇଁ ଏମ୍ଓୟୁ ସ୍ୱାକ୍ଷରିତ
ଓଏଲ୍ ବ୍ୟୁରୋ: ଖୁବଶୀଘ୍ର ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା। ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲାଗୁ ହେବ। ଜାତୀୟ ସ୍ବାସ୍ଥ୍ୟ କର୍ତ୍ତୃପକ୍ଷଙ୍କ ସହ ରାଜ୍ୟ ସରକାର ଏମ୍ଓୟୁ ସ୍ୱାକ୍ଷରିତ ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ଅଶ୍ୱିନୀ ବୈଷ୍ଣବ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଉପସ୍ଥିତିରେ ଏମ୍ଓୟୁ ସ୍ୱାକ୍ଷରିତ ହୋଇଛି।
ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଉଦବୋଧନ ଦେଇ କହିଛନ୍ତି, ସରକାର ଆସିବା ପୂର୍ବରୁ ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ପାଇଁ ବିଜେପି ପ୍ରତିଶ୍ରୁତି ଦେଇଥିଲା। ପ୍ରାୟ ୩୦ ହଜାର ହସ୍ପିଟାଲ୍ ସହ ଆଜି ସ୍ବାକ୍ଷର ହୋଇଥିବା MOU ଅନୁବନ୍ଧିତ ରହିବ। ଆୟୁଷ୍ମାନ ଭାରତ ପ୍ରଚଳନ ପରେ ସ୍ବାସ୍ଥ୍ୟ ସେବା ଆହୁରି ସୁଲଭ ହେବ। ପ୍ରତି ପରିବାରକୁ ମିଳିବ ୫ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା। ଆଡମିସନର ୩ ଦିନ ପୂର୍ବ ଓ ୧୫ ଦିନ ପର ଖର୍ଚ୍ଚ ଭରଣା କରାଯିବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ରହିଛି।