ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତି: ଏଣିକି ବନ୍ଦୀ ସଂଗ୍ରାମୀଙ୍କୁ ମିଳିବ ୨୦ ହଜାର ଟଙ୍କା ଭତ୍ତା
ଓଏଲ୍ ବ୍ୟୁରୋ: ଜରୁରୀକାଳୀନ ପରିସ୍ଥିତିରେ ବନ୍ଦୀ ସଂଗ୍ରାମୀଙ୍କ ପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତି ନେଇଛନ୍ତି। ଜେଲରେ ବନ୍ଦୀଥିବା ସଂଗ୍ରାମୀ ମାନଙ୍କୁ ମାସକୁ ୨୦ ହଜାର ଟଙ୍କାର ପେନସନ ମିଳିବ। ଓଡ଼ିଶା ସରକାରଙ୍କ ପକ୍ଷରୁ ଦେଶର ଜରୁରୀକାଳୀନ ପରିସ୍ଥିତିରେ ମିସା, ଡିଆଇଆର ଏବଂ ଡିଆଇଏସଆଇଆର ଆଇନରେ ବିଭିନ୍ନ ଜେଲରେ ବନ୍ଦୀଥିବା ସଂଗ୍ରାମୀ ମାନଙ୍କୁ ମାସକୁ ୨୦ ହଜାର ଟଙ୍କାର ପେନସନ ମିଳିବ ବୋଲି ଗୃହ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ପେନସନ ସହିତ ସମସ୍ତ ସଂଗ୍ରାମୀ ମାନଙ୍କ ମେଡିକାଲ ଖର୍ଚ୍ଚ ମଧ୍ୟ ରାଜ୍ୟ ସରକାର ବହନ କରିବେ। ୧ ଜାନୁଆରୀ ୨୦୨୫ ସୁଦ୍ଧା ଜୀବିତ ଥିବା ସବୁ ସଂଗ୍ରାମୀ ଏହି ପେନସନ ଓ ଚିକିତ୍ସା ସୁବିଧା ପାଇବେ ବୋଲି ଏହି ବିଜ୍ଞପ୍ତିରେ କୁହାଯାଇଛି।