Odisha Link
Bridging the Missing Links in Odisha

ଆଜିଠୁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ

ଓଏଲ୍‌ ବ୍ୟୁରୋ: ଆଜିଠୁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିବ। କୁମ୍ଭୀର ଗଣନା ପାଇଁ ଜାନୁଆରୀ ୧୪ ତାରିଖରୁ ୨୨ ତାରିଖ ପର୍ଯ୍ୟନ୍ତ ୯ ଦିନ ଧରି ଭିତରକନିକା ବନ୍ଦ ରହୁଥିବାରୁ ଦେଶ ବିଦେଶର ପର୍ଯ୍ୟଟକ ମାନେ ଭିତରକନିକା ବୁଲି ନଆସିବା ପାଇଁ ରାଜନଗର ବନବିଭାଗ ସୂଚନା ଦେଇଛି। ପ୍ରତିବର୍ଷ ପରି ଚଳିତ ବର୍ଷ ପ୍ରଥମେ ବୋଟ ଚଳାଚଳ ବନ୍ଦ ରହିବା ପରେ ନଦୀର ଜଳ ସ୍ଥିର ରହିବା ପରେ କୁମ୍ଭୀର ଗଣନା ଅନୁଷ୍ଠିତ ହେବ।

କୁମ୍ଭୀର ଗଣନା ସମୟରେ ପର୍ଯ୍ୟଟକ ଭିତରକନିକା ବୁଲି ଆସିଲେ ଗଣନାରେ ସମସ୍ୟା ସୃଷ୍ଟି ହେବାର ସମ୍ଭାବନା ଥିବାରୁ ପର୍ଯ୍ୟଟକ ଆସିବା ଉପରେ ବାରଣ କରାଯାଏ। ଭିତରକନିକାରେ ଥିବା ନଦୀ ନାଳ ସହ ଭିତରକନିକାକୁ ସଲଗ୍ନ ଥିବା ନଦୀ ନାଳ ମାନଙ୍କରେ ବଉଳା କୁମ୍ଭୀର ମାନଙ୍କର ଗଣନା କରାଯିବ। ରାଜନଗର ବନଖଣ୍ଡର କନିକା, ରାଜନଗର, ମହାକାଳପଡ଼ା ଓ ଗହୀରମଥା ୪ଟି ରେଞ୍ଜରେ ସକାଳ ଏବଂ ସଂନ୍ଧ୍ୟା ସମୟରେ ହୁଲି ଡ଼ଙ୍ଗା ସାହାଯ୍ୟରେ କୁମ୍ଭୀର ଗଣନା ଅନୁଷ୍ଠିତ ହେବ।

Leave A Reply

Your email address will not be published.