ମାର୍ଚ୍ଚ ପୂର୍ବରୁ ଶେଷ ହେବ ରତ୍ନଭଣ୍ଡାର ମରାମତି, ଗଣତିମଣତି ନେଇ ଆଇନମନ୍ତ୍ରୀଙ୍କ ବଡ଼ ସୂଚନା..
ଓଏଲ୍ ବ୍ୟୁରୋ: ଜାନୁୟାରୀ ୧୨ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ୪ ଦିନ ଧରି ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରଖାଯାଇଛି। ମକରସଂକ୍ରାନ୍ତି ସହ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ନୀତିକାନ୍ତିକୁ ଦୃଷ୍ଟିରେ ରଖି କାମ ସ୍ଥଗିତ ରଖାଯାଇଛି। ୧୭ ତାରିଖରୁ ପୁଣି ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ ହେବ। ମାର୍ଚ୍ଚ ପୂର୍ବରୁ ଶେଷ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ରତ୍ନଭଣ୍ଡାର ମରାମତି ଶେଷ ହେବା ପରେ ଗଣତିମଣତି କରାଯିବ ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି। ରତ୍ନଭଣ୍ଡାର ମରାମତି ପାଇଁ ଏଏସଆଇ ୩ ମାସ ସମୟ ମାଗିଥିଲା। ସମୟସୀମା ପୂର୍ବରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ଆଇନମନ୍ତ୍ରୀ କହିଛନ୍ତି।