Odisha Link
Bridging the Missing Links in Odisha

ଦିଲ୍ଲୀ ବିଧାନସଭା ନିର୍ବାଚନ: ଆଜି ନାମାଙ୍କନର ଶେଷ ଦିନ, ୫ରେ ଭୋଟ୍ ଗ୍ରହଣ

ଓଏଲ୍‌ ବ୍ୟୁରୋ: ୨୦୨୫ର ପ୍ରଥମ ବିଧାନସଭା ନିର୍ବାଚନ ଦିଲ୍ଲୀରେ ହେବାକୁ ଯାଉଛି। ଏଥିପାଇଁ ବିଧିବଦ୍ଧ ଭାବେ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ। ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନ। ଅର୍ଥାତ ଯେଉଁମାନେ ଏ ପର୍ଯ୍ୟନ୍ତ ନାମାଙ୍କନ ଭରି ନାହାନ୍ତି, ସେମାନଙ୍କ ପାଇଁ ସମୟ କେବଳ ଆଜି ହିଁ ଅଛି। ଅବଶ୍ୟ ବିଜେପି, କଂଗ୍ରେସ ଓ ଆମ୍ ଆଦମୀ ପାର୍ଟିର ପ୍ରମୁଖ ପ୍ରାର୍ଥୀମାନେ ନାମାଙ୍କନ ଭରିଲେଣି। ଗତକାଲି ଆପର ମନୀଷ ସିସୋଦିଆ, କଂଗ୍ରେସର ସନ୍ଦୀପ ଦୀକ୍ଷିତ ପ୍ରମୁଖ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଆସନ୍ତାକାଲି ପ୍ରାର୍ଥୀପତ୍ର ଯାଞ୍ଚ ହେବ। ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ ହେଉଛି ୨୦ ତାରିଖ। ତା ପରେ ପ୍ରକାଶ ପାଇବ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା।

ସୂଚନା ଅନୁସାରେ, ଫେବୃଆରୀ ୫ରେ ଦିଲ୍ଲୀ ବିଧାନସଭା ନିର୍ବାଚନ ହେବ। ସବୁ ଥର ଭଳି ଏଥର ମଧ୍ୟ ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ହେବ। ୮ରେ ଭୋଟ ଗଣତି ହେବ। ୧୦ ଫେବୃଆରୀରେ ନିର୍ବାଚନୀ ପ୍ରକ୍ରିୟା ଶେଷ ହେବ। ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭାରେ ମୋଟ ୧ କୋଟି ୫୫ ଲକ୍ଷ ୨୪ ହଜାର ୮୫୮ ଭୋଟର ଅଛନ୍ତି। ସେଥିମଧ୍ୟରୁ ପୁରୁଷ ଭୋଟରଙ୍କ ସଂଖ୍ୟା ୮୩,୪୯,୬୪୫ ଥିବାବେଳେ ମହିଳା ଭୋଟରଙ୍କ ସଂଖ୍ୟା ୭୧,୭୩,୯୫୨ ରହିଛି। ସେହିପରି ତୃତୀୟ ଲିଙ୍ଗର ସଂଖ୍ୟା ୧,୨୬୧ ରହିଛି।

Leave A Reply

Your email address will not be published.