Odisha Link
Bridging the Missing Links in Odisha

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚଳିତ ମାସରେ ମିଳିବ ସୁଭଦ୍ରା ଟଙ୍କା

ଓଏଲ୍‌ ବ୍ୟୁରୋ: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଜାନୁଆରୀ ଶେଷ ସୁଦ୍ଧା ସୁଭଦ୍ରା ଯୋଜନାର ପ୍ରଥମ ପର୍ଯ୍ୟାୟର ୪ର୍ଥ କିସ୍ତି ଟଙ୍କା ମିଳିବ। ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ‘ସୁଭଦ୍ରା’ ଆବେଦନ କଲେ ବି ଆବେଦନକାରୀ ମହିଳାଙ୍କୁ ୨୦୨୪ରେ ବାକିଥିବା ୨ଟି କିସ୍ତି ମିଳିବ ବୋଲି ପ୍ରଭାତୀ ପରିଡା କହିଛନ୍ତି।

୨୦୨୫ରେ ମା’ ମାନଙ୍କୁ ୩ଥର ମିଳିବ ସୁଭଦ୍ରା ଟଙ୍କା। ଜାନୁଆରି ସୁଭଦ୍ରା ଯୋଜନାର ପ୍ରଥମ ପର୍ଯ୍ୟାୟର ଚତୁର୍ଥ କିସ୍ତି ଟଙ୍କା ହିତାଧିକାରୀଙ୍କୁ ପ୍ରଦାନ କରାଯିବ। ସେହିଭଳି ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ମାର୍ଚ୍ଚ ୮ ତାରିଖରେ ଏକ ସଙ୍ଗେ ଏକ କୋଟି ମହିଳାଙ୍କୁ ପ୍ରଦାନ କରାଯିବ। ରାକ୍ଷୀ ପୂର୍ଣ୍ଣିମାରେ ମଧ୍ୟ ମହିଳାଙ୍କ ଖାତାକୁ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.