‘ବେଟି ବଚାଓ ବେଟି ପଢ଼ାଓ’ ଅଭିଯାନର ୧୦ ବର୍ଷ ପୂର୍ତ୍ତି ପାଳନ, ସାମିଲ ହେଲେ ଉପମୁଖ୍ୟମନ୍ତ୍ରୀ
ଓଏଲ୍ ବ୍ୟୁରୋ: ଭାରତ ସରକାରଙ୍କ ବେଟି ବଚାଓ ବେଟି ପଢ଼ାଓ ଯୋଜନା ଯାହାର ଲକ୍ଷ୍ୟ ହେଉଛି ଶିଶୁ କନ୍ୟାର ସୁରକ୍ଷା ପାଇଁ ସଚେତନତା ସୃଷ୍ଟି, ମହିଳାଙ୍କ କାର୍ଯ୍ୟଦକ୍ଷତା ଏବଂ ସାମଗ୍ରିକ ଅଭିବୃଦ୍ଧି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୨ ଜାନୁଆରୀ ୨୦୧୫ରେ ହରିଆଣାର ପାନିପଥଠାରେ ଏହି ଯୋଜନାର ଉଦ୍ଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମର ପ୍ରାରମ୍ଭିକ କର୍ପସ ପାଣ୍ଠି ହେଉଛି ୧୦୦ କୋଟି। ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଆରମ୍ଭ ହୋଇଥିବା ଯୁଗାନ୍ତକାରୀ ଯୋଜନା “ବେଟି ବଚାଓ ବେଟି ପଢ଼ାଓ” ଯୋଜନାର ୧୦ ବର୍ଷ ପୂର୍ତ୍ତି ପାଳନ ଅବସରରେ ଶିଶୁ ବିକାଶ ବିଭାଗ ଦ୍ୱାରା କଳିଙ୍ଗ ଷ୍ଟାଡିୟମରେ ସ୍ବତନ୍ତ୍ର ଭାବେ ଆୟୋଜିତ ରାଜ୍ୟ ସ୍ତରୀୟ ଉତ୍ସବରେ ଯୋଗଦେଇ ଏକ ପଦଯାତ୍ରାର ଶୁଭ ଉଦ୍ଘାଟନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ।
ଶିଶୁ କନ୍ୟାର ସୁରକ୍ଷା ପାଇଁ ସଚେତନତା ସୃଷ୍ଟି, ମହିଳାଙ୍କ କାର୍ଯ୍ୟଦକ୍ଷତା ଏବଂ ସାମଗ୍ରିକ ଅଭିବୃଦ୍ଧି ହେଉଛି ଏହି ଯୋଜନାର ଉଦ୍ଦେଶ୍ୟ। ଶିଶୁ କନ୍ୟା ପାଇଁ ଲିଙ୍ଗଗତ ଅସମାନ୍ୟତା ଦୂର କରିବା ସମାଜରେ ସମାନ ଅଧିକାର ଦେବା ଏବଂ ସେମାନଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଏବଂ ସେମାନଙ୍କୁ ଶିକ୍ଷିତ କରିବା ଆମ ସମସ୍ତଙ୍କର ପ୍ରଧାନ ଉଦ୍ଦେଶ୍ୟ ହେବା ଉଚିତ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି।