Odisha Link
Bridging the Missing Links in Odisha

ରାଜ୍ୟରେ ନିଯୁକ୍ତି ହେବେ ୫ ହଜାର ଡାକ୍ତର, ବଡ଼ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ..

ଓଏଲ୍‌ ବ୍ୟୁରୋ: ଆଜି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନଷ୍ଠିତ ଏହି ବୈଠକରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ପଞ୍ଚାୟତିରାଜ, ସ୍ବାସ୍ଥ୍ୟ, ନଗର ଉନ୍ନୟନ, ମହିଳା ଶିଶୁ ବିକାଶ ଆଦି ବିଭାଗର କିଛି ପ୍ରସ୍ତାବକୁ ଅନୁମୋଦନ ମିଳିଛି।

ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ଡାକ୍ତରୀ ସ୍ବାସ୍ଥ୍ୟ ସେବା ନିୟମାବଳୀ-୨୦୧୭ ସଂଶୋଧିତ ହୋଇଛି। ପୂର୍ବରୁ ଥିବା ଲେବଲ-୭କୁ ୬କୁ ହ୍ରାସ ପାଇଁ ନିଷ୍ପତ୍ତି ହୋଇଛି। ଏହାଦ୍ବାରା ଡାକ୍ତର ନିଯୁକ୍ତି ପ୍ରକ୍ରିୟା ସହଜ ହୋଇପାରିବ। ଅଧିକ ମେଡିକାଲ୍‌ କଲେଜ କରି ଅଧିକ ଡାକ୍ତର ସୃଷ୍ଟି କରିବୁ। ତ୍ବରିତ ଭାବେ ୫ ହଜାର ଡାକ୍ତର ପଦ ପୂରଣ କରିବୁ। ୧୨୪ ଡେଣ୍ଟାଲ ଡାକ୍ତରଙ୍କୁ ମଧ୍ୟ ନିଯୁକ୍ତି ପାଇଁ ନିଷ୍ପତ୍ତି ହୋଇଛି।

Leave A Reply

Your email address will not be published.