Odisha Link
Bridging the Missing Links in Odisha

ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ ସଂଶୋଧନକୁ କ୍ୟାବିନେଟ୍ ଅନୁମୋଦନ

ଓଏଲ୍‌ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଲୋକସେବା ଭବନରେ ଅନଷ୍ଠିତ ଏହି ବୈଠକରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ପଞ୍ଚାୟତିରାଜ, ସ୍ବାସ୍ଥ୍ୟ, ନଗର ଉନ୍ନୟନ, ମହିଳା ଶିଶୁ ବିକାଶ ଆଦି ବିଭାଗର କିଛି ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ନେଇ ଜଣାପଡିଛି।

ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ବିଶ୍ବବିଦ୍ୟାଳୟ ଅଧିନିୟମ ସଂଶୋଧନକୁ କ୍ୟାବିନେଟ ମଂଜୁରି ମିଳିଛି। ଶିକ୍ଷକ ନିଯୁକ୍ତିରେ ସ୍ବଚ୍ଛତା ଓ ସମୟବଦ୍ଧ ପ୍ରଣାଳୀ ସୃଷ୍ଟି ଲକ୍ଷ୍ୟ ରଖାଯାଇଛି।

୫ଟି ନାଁରେ ରୂପାନ୍ତରୀକରଣ କରି ସ୍ମାର୍ଟ ସ୍କୁଲ ଯୋଜନା ଠିକ୍‌ ନ ଥିଲା। ଡିପିଆର ପ୍ରସ୍ତୁତ ହୋଇ ନ ଥିଲା କି ଏଷ୍ଟିମେଟ୍‌ ହୋଇ ନ ଥିଲା।ପିଲାମାନଙ୍କ ଭବିଷ୍ୟତ ପ୍ରତି ଏହା ଧୋକ୍କା ହୋଇଥିଲା। ତେଣୁ ଆଜି ପ୍ରତି ପଞ୍ଚାୟତରେ ଏକ ଆଦର୍ଶ ବିଦ୍ୟାଳୟ ପାଇଁ ନିଷ୍ପତ୍ତି ନିଆଯାଇଛି। ୪ ବର୍ଷରେ ଶେଷ ହେବ ଆଦର୍ଶ ବିଦ୍ୟାଳୟ କାମ। ପ୍ରତି ବିଦ୍ୟାଳୟ ପିଛା ୪-୫କୋଟି ଖର୍ଚ୍ଚ ହେବ।

ଚଳିତ ବର୍ଷ ୧୧୪ଟି ପଞ୍ଚାୟତରେ ପ୍ରଥମ ପର୍ଯ୍ୟାୟରେ ଆରମ୍ଭ ହେବ। ପରବର୍ତ୍ତୀ ୪ ବର୍ଷରେ ଅନ୍ୟ ପଞ୍ଚାୟତ ମାନଙ୍କରେ ହେବ। ଏଥିପାଇଁ ୧୨ ହଜାର କୋଟି ଟଙ୍କା ରାଜ୍ୟ ସରକାର ବ୍ୟୟ କରିବେ। ମୋଟ ୬୭୯୪ଟି ପଞ୍ଚାୟତରେ ଏପରି ଫିଡର ସ୍କୁଲ୍‌ ଚିହ୍ନଟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.