‘ପ୍ରଥମଥର ପାଇଁ ଉତ୍କର୍ଷ ଓଡ଼ିଶା ସମ୍ମେଳନରେ ସାମିଲ ହେବେ ୨୦୦ ଜାତୀୟ ପରିଷଦ ସଦସ୍ୟ’
ଓଏଲ୍ ବ୍ୟୁରୋ: ଆସନ୍ତା ୨୮ରେ ଭୁବନେଶ୍ବର ଜନତା ମଇଦାନରେ ଆୟୋଜିତ ହେବାକୁ ଉତ୍କର୍ଷ ଓଡ଼ିଶା ସମ୍ମେଳନ। ଯାହାକି ୨ ଦିନ ଅର୍ଥାତ ୨୮ ଓ ୨୯ ଜାନୁଆରୀ ପର୍ଯ୍ୟନ୍ତ ଚାଲିବ। ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମ ହେବ। ଏନେଇ ଶିଳ୍ପ ସଚିବ ହେମନ୍ତ ଶର୍ମା ସାମ୍ବାଦିକ ସମ୍ମେଳନ କରି ସୂଚନା ଦେଇଛନ୍ତି। ପ୍ରଥମ ଥର ପାଇଁ ୨୦୦ ଜାତୀୟ ପରିଷଦ ସଦସ୍ୟ ଆସିବେ। ଜାତୀୟ ପରିଷଦ ସଦସ୍ୟଙ୍କ ସହ ବୈଠକ କରିବେ ମୁଖ୍ୟମନ୍ତ୍ରୀ। ୨୭ ତାରିଖରୁ ଆସିବେ ବିଭିନ୍ନ ଶିଳ୍ପର ପ୍ରତିନିଧି। ୨୮ରେ ଜନତା ମୈଦାନରେ କନ୍କ୍ଲେଭ ଉଦଘାଟନ ହେବ। ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ଯୋଗ ଦେବାକୁ ଓଡ଼ିଶା ଆସୁଛନ୍ତି ମୋଦି। ଚଳିତ ମାସ ମୋଦିଙ୍କ ଏହା ଦ୍ବିତୀୟ ଗସ୍ତ ଅଟେ। ପ୍ରବାସୀ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଗତ ଜାନୁଆରୀ ୮ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିଲେ ପ୍ରଧାନମନ୍ତ୍ରୀ। ଆସନ୍ତା ୨୮ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଓଡ଼ିଶା ଗସ୍ତରେ ଆସୁଛନ୍ତି।