Odisha Link
Bridging the Missing Links in Odisha

ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ଘଟଣା: ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବଡ଼ ବୟାନ..

ଓଏଲ୍‌ ବ୍ୟୁରୋ: ଆଉ ଦିନ କେଇଟା ପରେ ଓଡ଼ିଶାର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡକୁ ୨ ବର୍ଷ ପୂରିବ। ଏସବୁ ଭିତରେ ହତ୍ୟାକାଣ୍ଡକୁ ନେଇ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ବହୁତ୍ ତଥ୍ୟ ସେ ସମୟରେ ଦେଇଥିଲି, ଆଜି ବି ଦେଇଛି। ଏ ବିଷୟରେ ବିସ୍ତାର ଭାବେ ଆଗକୁ ଆଲୋଚନା ହେବ।

ଅନ୍ୟପଟେ, ନବ ଦାସଙ୍କ ମୃତ୍ୟୁକୁ ନେଇ ଆସିଛି ବଡ଼ ଖବର। ନବ ଦାସଙ୍କୁ ଏକାଧିକ ବନ୍ଧୁକରୁ ହୋଇଥିଲା ଗୁଳିମାଡ଼। ରାଜ୍ୟ ଫରେନ୍‌ସିକ୍‌ ସାଇନ୍ସ ଲାବ୍ରୋଟାରି ରିପୋର୍ଟରେ ଅନେକ ଗୁରୁତ୍ବପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ଘଟଣା ସମୟରେ କେବଳ ଗୋପାଳ ଦାସର ବନ୍ଧୁକରୁ ନୁହେଁ ବରଂ ଏକାଧିକ ବନ୍ଧୁକରୁ ଗୁଳିମାଡ଼ ହୋଇଥିବା କଥା ସ୍ପଷ୍ଟ ହୋଇଛି। ଯାହାକି ଏବେ ଘଟଣାକୁ ନେଇ ସସପେନ୍ସ ବଢ଼ାଇ ଦେଇଛି।

କ୍ରାଇମ୍‌ବ୍ରାଞ୍ଚ ପକ୍ଷରୁ ଦାଖଲ ହୋଇଥିବା ଚାର୍ଜସିଟ୍‌ ଓ ଏସ୍‌ଏଫ୍‌ଏସ୍‌ଏଲ୍‌ର ରିପୋର୍ଟ ଅନୁସାରେ ୨୦୨୩ ମସିହା ଜାନୁଆରି ୨୯ ତାରିଖରେ ନବ ଦାସଙ୍କର ୨ଟି ଗାଡ଼ି ବ୍ରଜରାଜନଗର ଗାନ୍ଧୀ ଛକକୁ ଯାଇଥିଲା। ପ୍ରଥମ ଗାଡ଼ି(ଓଡି ୧୫ ୟୁ ୬୧୯୭)ରେ ଖୋଦ୍‌ ତତ୍କାଳୀନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ବସିଥିବା ବେଳେ ଦ୍ବିତୀୟ ଗାଡ଼ି(ଓଡି ୧୫ ଟି ୦୧୮୩)ରେ ତାଙ୍କର ସହ‌ଯୋଗୀମାନେ ବସିଥିଲେ।

କ୍ରାଇମ୍‌ବ୍ରାଞ୍ଚ ପକ୍ଷରୁ ଦାଖଲ ହୋଇଥିବା ଫାଇନାଲ୍‌ ଫର୍ମରେ ଗୋପାଳ ଦାସ ନିକଟରୁ ୧୮ଟି ଗୁଳିଥିବା ଏକ ମାଗାଜିନ୍‌, ୩ଟି ଜୀବନ୍ତ ଗୁଳି ଜବତ କରାଯାଇଥିବା ନେଇ ଦର୍ଶାଯାଇଥିବା ବେଳେ ଘଟଣାସ୍ଥଳରୁ ଏକ ଖୋକା ଓ ଏକ ଅବ୍ୟବହୃତ ଅକାମୀ ଗୁଳି ଜବତ କରାଯାଇଥିଲା ବୋଲି ଲେଖାଯାଇଛି।

Leave A Reply

Your email address will not be published.