Odisha Link
Bridging the Missing Links in Odisha

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ ମନ୍ତ୍ରିପରିଷଦ ବୈଠକ, ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା

ଓଏଲ୍‌ ବ୍ୟୁରୋ: ଆସନ୍ତାକାଲି ଭୁବନେଶ୍ବର ଜନତା ମଇଦାନରେ ଆୟୋଜିତ ହେବାକୁ ଉତ୍କର୍ଷ ଓଡ଼ିଶା ସମ୍ମେଳନ। ଯାହାକି ୨ ଦିନ ଅର୍ଥାତ ୨୮ ଓ ୨୯ ଜାନୁଆରୀ ପର୍ଯ୍ୟନ୍ତ ଚାଲିବ। ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହେବେ। ଚଳିତ ମାସ ମୋଦିଙ୍କ ଏହା ଦ୍ବିତୀୟ ଗସ୍ତ ଅଟେ।

ପ୍ରବାସୀ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଗତ ଜାନୁଆରୀ ୮ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିଲେ ପ୍ରଧାନମନ୍ତ୍ରୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୮ ତାରିଖରେ କନକ୍ଲେଭର ଉଦଘାଟନ କରିବେ। ଏହା ପୂର୍ବରୁ ରାଜ୍ୟ ମନ୍ତ୍ରିପରିଷଦର ବୈଠକ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ମନ୍ତ୍ରିପରିଷଦର ବୈଠକ ଆରମ୍ଭ ହୋଇଛି। ବୈଠକରେ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇପାରେ।

Leave A Reply

Your email address will not be published.