Odisha Link
Bridging the Missing Links in Odisha

ଦିଲ୍ଲୀ ନିର୍ବାଚନ ପ୍ରସ୍ତୁତି: ନିର୍ବାଚନ ଆୟୋଗଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ

ଓଏଲ୍‌ ବ୍ୟୁରୋ: ୨୦୨୫ର ପ୍ରଥମ ବିଧାନସଭା ନିର୍ବାଚନ ଦିଲ୍ଲୀରେ ହେବାକୁ ଯାଉଛି। ଏଥିପାଇଁ ବିଧିବଦ୍ଧ ଭାବେ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ। ଦିଲ୍ଲୀ ନିର୍ବାଚନ ଯେତିକି ପାଖଉଛି ରାଜେନୖତିକ ମାହୋଲ ସେତିକି ଉଷ୍ମ ହେବାରେ ଲାଗିଛି। ବିଜୟ ପାଇଁ ରାଜନୈତିକ ଦଳମାନେ ନିଜର ପ୍ରସ୍ତୁତି ଜାରି ରଖିଛନ୍ତି। ଫେବୃଆରୀ ୫ରେ ଦିଲ୍ଲୀ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ପ୍ରସ୍ତୁତି ନେଇ ଆଜି ନିର୍ବାଚନ ଆୟୋଗଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ହେବ। ଏହି ବୈଠକରେ ନିର୍ବାଚନ ପ୍ରସ୍ତୁତି ନେଇ ଆଲୋଚନା ହେବ। ବୈଠକ ନିର୍ବାଚନ କମିଶନଙ୍କ ସମେତ ଭୋଟ ପ୍ରକ୍ରିୟା ଦାୟିତ୍ୱରେ ଥିବା ସମସ୍ତ ଅଧିକାରୀ ଯୋଗ ଦେବେ

ସୂଚନା ଅନୁସାରେ, ଫେବୃଆରୀ ୫ରେ ଦିଲ୍ଲୀ ବିଧାନସଭା ନିର୍ବାଚନ ହେବ। ସବୁ ଥର ଭଳି ଏଥର ମଧ୍ୟ ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ହେବ। ୮ରେ ଭୋଟ ଗଣତି ହେବ। ୧୦ ଫେବୃଆରୀରେ ନିର୍ବାଚନୀ ପ୍ରକ୍ରିୟା ଶେଷ ହେବ। ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭାରେ ମୋଟ ୧ କୋଟି ୫୫ ଲକ୍ଷ ୨୪ ହଜାର ୮୫୮ ଭୋଟର ଅଛନ୍ତି। ସେଥିମଧ୍ୟରୁ ପୁରୁଷ ଭୋଟରଙ୍କ ସଂଖ୍ୟା ୮୩,୪୯,୬୪୫ ଥିବାବେଳେ ମହିଳା ଭୋଟରଙ୍କ ସଂଖ୍ୟା ୭୧,୭୩,୯୫୨ ରହିଛି। ସେହିପରି ତୃତୀୟ ଲିଙ୍ଗର ସଂଖ୍ୟା ୧,୨୬୧ ରହିଛି। ୭୦ ଆସନ ପାଇଁ ୬୯୯ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦିତା କରୁଛନ୍ତି।

Leave A Reply

Your email address will not be published.