ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ, ହାଇଦ୍ରାବାଦକୁ କରାଗଲା ଏୟାରଲିଫ୍ଟ

ଓଏଲ୍ ବ୍ୟୁରୋ: ପୂର୍ବତନ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବାବେଳେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦକୁ ଏୟାରଲିଫ୍ଟ କରାଯାଇଛି। ଅଧିକ ଚିକିତ୍ସା ପାଇଁ ଭୁବନେଶ୍ବରରୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯାଇଛି।
ଓଡ଼ିଶାର ବରିଷ୍ଠ ରାଜନେତା ତଥା ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥ ଅଛନ୍ତି। ବୟସାଧିକ କାରଣରୁ ବିଶ୍ବଭୂଷଣଙ୍କ ବିଭିନ୍ନ ସ୍ୱାସ୍ଥ୍ୟ ଗତ ସମସ୍ୟା ଦେଖାଦେଇଛି। ସ୍ବାସ୍ଥ୍ୟବସ୍ଥା ଖରାପ ହେବାରୁ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ବର୍ତ୍ତମାନ ତାଙ୍କୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯାଇଛି ।