Odisha Link
Bridging the Missing Links in Odisha

ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ, ବ୍ଲୁ ବୁକ୍‌ ଅନୁସାରେ କଡ଼ା ସୁରକ୍ଷା ବ୍ୟବସ୍ଥା

ଓଏଲ୍‌ ବ୍ୟୁରୋ: ଆଜିଠୁ ଭୁବନେଶ୍ବର ଜନତା ମଇଦାନରେ ଆୟୋଜିତ ହେବାକୁ ଯାଉଛି ଉତ୍କର୍ଷ ଓଡ଼ିଶା ସମ୍ମେଳନ। ଯାହାକି ୨ ଦିନ ଅର୍ଥାତ ୨୮ ଓ ୨୯ ଜାନୁଆରୀ ପର୍ଯ୍ୟନ୍ତ ଚାଲିବ। ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହେବେ। ଏଥିପାଇଁ ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଏୟାରପୋର୍ଟରେ ପହଞ୍ଚିଲେ। ଏୟାରପୋର୍ଟରୁ ବାହାରି ଜନତା ମଇଦାନ ଯାତ୍ରା କରିଛନ୍ତି ପ୍ରଧାନମନ୍ତ୍ରୀ।

ଚଳିତ ମାସରେ ପ୍ରଧାନମନ୍ତ୍ରୀଙ୍କ ଏହା ଦ୍ବିତୀୟ ଗସ୍ତ ଅଟେ। ପ୍ରବାସୀ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଗତ ଜାନୁଆରୀ ୮ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିଲେ ପ୍ରଧାନମନ୍ତ୍ରୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଉତ୍କର୍ଷ ଓଡ଼ିଶା କନକ୍ଲେଭର ଉଦଘାଟନ କରିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ବିମାନବନ୍ଦରରୁ ଜନତା ମୈଦାନ ଯାଏ କଡ଼ା ସୁରକ୍ଷା ବ୍ୟବସ୍ଥା ହୋଇଛି। ବ୍ଲୁ ବୁକ୍‌ ଅନୁସାରେ କମିଶନରେଟ୍ ପୁଲିସ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

Leave A Reply

Your email address will not be published.