Odisha Link
Bridging the Missing Links in Odisha

ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୫: ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଆଜିଠୁ ଭୁବନେଶ୍ବର ଜନତା ମଇଦାନରେ ଆୟୋଜିତ ହେଉଛି ଉତ୍କର୍ଷ ଓଡ଼ିଶା ସମ୍ମେଳନ। ଯାହାକି ୨ ଦିନ ଅର୍ଥାତ ୨୮ ଓ ୨୯ ଜାନୁଆରୀ ପର୍ଯ୍ୟନ୍ତ ଚାଲିବ। ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହୋଇଛନ୍ତି। ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୫କୁ ଭୁବନେଶ୍ବର ଜନତା ମଇଦାନରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କାର୍ଯ୍ୟକ୍ରମରେ ଦେଶ ବିଦେଶର ନିବେଶକ, ପ୍ରତିନିଧି ଉପସ୍ଥିତ ରହିଛନ୍ତି। କୁମାର ମଙ୍ଗଳମ ବିର୍ଲା, ନବୀନ ଜିନ୍ଦଲ, ଅନୀଲ ଅଗ୍ରୱାଲ, କରନ ଅଦାନୀ, ଦେବେଶ ଜୈନ, ଶୁଭ୍ରକାନ୍ତ ପଣ୍ଡା ପ୍ରମୁଖ ଉପସ୍ଥିତ ରହିଛନ୍ତି। ସେହିଭଳି ଓଡ଼ିଶାର ରାଜ୍ୟପାଳଙ୍କ ସମେତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ରହିଛନ୍ତି।

Leave A Reply

Your email address will not be published.