Odisha Link
Bridging the Missing Links in Odisha

ଜନତା ମଇଦାନରେ ଶିଳ୍ପ ମହାକୁମ୍ଭ, ଶତାଧିକ ଜାତୀୟ ପରିଷଦ ସଦସ୍ୟ ସାମିଲ

ଓଏଲ୍‌ ବ୍ୟୁରୋ: ଆଜିଠୁ ଭୁବନେଶ୍ବର ଜନତା ମଇଦାନରେ ଆୟୋଜିତ ହେବାକୁ ଯାଉଛି ଉତ୍କର୍ଷ ଓଡ଼ିଶା ସମ୍ମେଳନ। ଯାହାକି ୨ ଦିନ ଅର୍ଥାତ ୨୮ ଓ ୨୯ ଜାନୁଆରୀ ପର୍ଯ୍ୟନ୍ତ ଚାଲିବ। ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହେବେ। ଏଥିପାଇଁ ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ସୂଚନା ଅନୁସାରେ, ପ୍ରଥମ ଥର ପାଇଁ ଉତ୍କର୍ଷ ଓଡ଼ିଶା ସମ୍ମେଳନରେ ୨୦୦ ଜାତୀୟ ପରିଷଦ ସଦସ୍ୟ ସାମିଲ ହେବାର ସୂଚନା ରହିଛି। ଜାତୀୟ ପରିଷଦ ସଦସ୍ୟଙ୍କ ସହ ବୈଠକ କରିବେ ମୁଖ୍ୟମନ୍ତ୍ରୀ। ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍‌ ଓଡ଼ିଶା-୨୦୨୫’ରେ ଯୋଗ ଦେବା ପାଇଁ ୭୫୦୦ରୁ ଅଧିକ ଶିଳ୍ପ ପ୍ରତିନିଧି ପଞ୍ଜୀକରଣ କରିଛନ୍ତି।

ଏହି ସମାରୋହରେ ୧୬ଟି ଦେଶର କୁଟନୈତିଜ୍ଞ ଏବଂ ପ୍ରତିନିଧି ଯୋଗଦେବେ। ଏସ୍‌ଏଲ୍‌ ମିତ୍ତଲ, ବିର୍ଲା, ଅନୀଲ ଅଗ୍ରୱାଲ, ହିତେଶ ଯୋଶୀ, ଟି ବି ନରେନ୍ଦ୍ରନ ଭଳି ଜଣାଶୁଣା ଶିଳ୍ପପତି ମଧ୍ୟ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଆସିଥିବା ସୂଚନା ରହିଛି।

Leave A Reply

Your email address will not be published.