Odisha Link
Bridging the Missing Links in Odisha

କାର୍ଯ୍ୟରେ ଅବହେଳା ପାଇଁ ବିଦା ହେଲେ ଦେବଗଡ଼ ପୌରାଧ୍ୟକ୍ଷା

ଓଏଲ୍‌ ବ୍ୟୁରୋ: ଦେବଗଡ଼ ପୌରାଧ୍ୟକ୍ଷାଙ୍କୁ ବଡ଼ ଝଟକା। ପୌରାଧ୍ୟକ୍ଷାଙ୍କ ବିରୋଧରେ ଅନିୟମିତତା ଅଭିଯୋଗ ପରେ ପଦରୁ ବହିଷ୍କୃତ କଲେ ସରକାର। ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଦେବଗଡ଼ ପୌରାଧ୍ୟକ୍ଷା ଶାନ୍ତିମଞ୍ଜରୀ ଦେଈଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପୌରାଧ୍ୟକ୍ଷାଙ୍କ ବିରୋଧରେ ଅନିୟମିତତା ଅଭିଯୋଗ ପରେ ଜିଲ୍ଲାପାଳ ତଦନ୍ତ କରିଥିଲେ। ଜିଲ୍ଲାପାଳଙ୍କ ତଦନ୍ତ ରିପୋର୍ଟ ଆଧାରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଦେବଗଡ଼ ପୌରାଧ୍ୟକ୍ଷା ଶାନ୍ତିମଞ୍ଜରୀ ଦେଈଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ଅଭିଯୋଗ ଆଧାରରେ ରାଜ୍ୟ ସରକାର ଗତ ନଭେମ୍ବର ୧୧ ତାରିଖରେ ତାଙ୍କ ବିରୁଦ୍ଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାନଯିବ ସେନେଇ ନୋଟିସ ଜାରି କରିଥିଲେ। ସେହିପରି ପୌର ପରିଷଦ ଅଧ୍ୟକ୍ଷା ଜାଣିଶୁଣି ନୀତି ନିୟମ ଏବଂ ଆଇନ ଉଲ୍ଲଙ୍ଘନ କରିବା ସହ ଗାଇଡଲାଇନକୁ ଅମାନ୍ୟ କରିଥିବା ରାଜ୍ୟ ସରକାର ଜିଲାପାଳଙ୍କ ତଦନ୍ତ ରିପୋର୍ଟରୁ ଅନୁଭବ କରିଥିଲେ। ଫଳରେ ତାଙ୍କ ବିରୁଦ୍ଧରେ ଏଭଳି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ତାଙ୍କୁ ଅପସାରଣ କରାଯାଇଥିବା ଜଣାପଡ଼ିଛି।

Leave A Reply

Your email address will not be published.