Odisha Link
Bridging the Missing Links in Odisha

ମହିଳା ସଶକ୍ତିକରଣର ସଫଳତା ବଖାଣିଲେ ମହାମହିମ, କହିଲେ..

ଓଏଲ୍‌ ବ୍ୟୁରୋ: ଆଜିଠୁ ଆରମ୍ଭ ହେଉଛି ସଂସଦର ବଜେଟ ଅଧିବେଶନ। ସଂସଦ ବଜେଟ ଅଧିବେଶନର ପ୍ରଥମ ଦିନରେ ମିଳିତ ଅଧିବେଶନକୁ ସମ୍ବୋଧିତ କରୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସଂସଦର ମିଳିତ ଅଧିବେଶନ ଆରମ୍ଭରେ ଦିବଂଗତ ନେତାଙ୍କ ଉଦେଶ୍ୟରେ ଶୋକ ପ୍ରକାଶ କରିଛନ୍ତି। ଏହା ସହ ପ୍ରୟାଗରାଜରେ ଘଟିଥିବା କୁମ୍ଭମେଳା ଅଘଟଣକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରି କହିଛନ୍ତି, ମହିଳାଙ୍କୁ ସଶକ୍ତ କରିବାର ଆମ ସରକାରର ଲକ୍ଷ୍ୟ। ୩ କୋଟି ଲକ୍ଷପତି ଦିଦି ସୃଷ୍ଟି କରିବା ଆମ ସରକାରର ଲକ୍ଷ୍ୟ। ଏବେ ୧ କୋଟି ୩୦ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରାଯାଇଛି। ଡ୍ରୋନ୍ ଦିଦି ଜରିଆରେ ମହିଳାଙ୍କୁ ସଶକ୍ତ କରାଯାଉଛି। ଅଲିମ୍ପିକ୍ସରେ ଦେଶର ଝିଅମାନେ ପଦକ ଜିତୁଛନ୍ତି। ଆଜିର ମହିଳା ଲଢ଼ୁଆ ବିମାନ ଉଡ଼ାଉଛନ୍ତି। AI ଓ ଡିଜିଟାଲ କ୍ଷେତ୍ରରେ ଭାରତ ଏବେ ପଥ ପ୍ରଦର୍ଶକ। କ୍ରୀଡ଼ା ପାଇଁ ବିଶ୍ବସ୍ତରୀୟ ବାତାବରଣ ସୃଷ୍ଟି କରାଯାଉଛି।

୧୩ ଭାଷାରେ ଏବେ ପରୀକ୍ଷା ପରିଚାଳନା ହେଉଛି। ଦେଶରେ ଉଚ୍ଚ ଶିକ୍ଷାନୁଷ୍ଠାନ ସଂଖ୍ୟା ବଢ଼ିଛି। ଟେକ୍ନୋଲୋଜି କ୍ଷେତ୍ରରେ ଭାରତ ଏବେ ପ୍ରମୁଖ ଦେଶ। ଦେଶରେ ରେକର୍ଡ ସଂଖ୍ୟାରେ ଡିଜିଟାଲ ପେମେଣ୍ଟ ହୋଇଛି। ସାଇବର କ୍ରାଇମ୍ ସାମାଜିକ ସୁରକ୍ଷାରେ ବଡ଼ ଚ୍ୟାଲେଞ୍ଜ। ଏହାର ମୁକାବିଲା ପାଇଁ ସରକାର ସବୁ ପଦକ୍ଷେପ ନେଉଛନ୍ତି। ୧୦ ବର୍ଷ ତଳେ ଭିତ୍ତିଭୂମି ୨ ଲକ୍ଷ କୋଟି ଥିଲା, ଏବେ ୧୧ ଲକ୍ଷ କୋଟି। ସ୍ପେଶ୍ ଡକିଂରେ ଆମକୁ ସଫଳତା ମିଳିଛି ବୋଲି ରାଷ୍ଟ୍ରପତି କହିଛନ୍ତି।

ସୂଚନା ଅନୁସାରେ, ଫେବୃଆରୀ ୧ ତାରିଖରେ ବଜେଟ ଆଗତ ହେବ। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଷ୍ଟମ ଥର ଲାଗି ବଜେଟ ଉପସ୍ଥାପନ କରିବେ। ଦୁଇଟି ପର୍ଯ୍ୟାୟରେ ହେବ ଏହି ବଜେଟ ଅଧିବେଶନ। ପ୍ରଥମ ଅଧିବେଶନ ଜାନୁଆରୀ ୩୧ରୁ ଆରମ୍ଭ ହୋଇ ଫେବୃଆରୀ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ପର୍ଯ୍ୟାୟରେ କିଛି ଗୁରୁତ୍ବପୂର୍ଣ୍ଣ ବିଲ୍ ପାସ୍ ଏବଂ ବଜେଟ ଆବଣ୍ଟନ ଉପରେ ଫୋକସ୍ ରହିବ। ଏହାପରେ ଦ୍ଵିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ମାର୍ଚ୍ଚ ୧୦ରେ ଆରମ୍ଭ ହେବ। ବଜେଟ ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ ଏପ୍ରିଲ ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଦିଲ୍ଲୀ ଭୋଟ ଦିନ ବଜେଟ ଅଧିବେଶନ ଚାଲିବ ନାହିଁ। ୩ ଫେବୃଆରୀରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଚର୍ଚ୍ଚା ହେବ।

Leave A Reply

Your email address will not be published.