Odisha Link
Bridging the Missing Links in Odisha

କନିଷ୍ଠ ଶିକ୍ଷକଙ୍କ ପାଇଁ ଖୁସି ଖବର: ପାରିଶ୍ରମିକ ବୃଦ୍ଧି କଲେ ରାଜ୍ୟ ସରକାର

ଓଏଲ୍‌ ବ୍ୟୁରୋ: କନିଷ୍ଠ ଶିକ୍ଷକଙ୍କ ପାଇଁ ଖୁସି ଖବର। କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି କଲେ ରାଜ୍ୟ ସରକାର। ପାରିଶ୍ରମିକ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଥିବାବେଳେ ଏନେଇ ବିଧିବଧ ବିଜ୍ଞପ୍ତି ପ୍ରକାଶ ପାଇଛି। ମାସିକ ପାରିଶ୍ରମିକ ୧୬,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ୧୧,୧୦୦ ଟଙ୍କା ପାରିଶ୍ରମିକ ମିଳୁଥିଲା। ଏବେ ଏହା ବୃଦ୍ଧି ହୋଇ ୧୬,୦୦୦ ଟଙ୍କା ହୋଇଛି। ଏଥିରେ ଉପକୃତ ହେବେ ୧୩ ହଜାର ୭୪୦ ଶିକ୍ଷକ। ଅତିରିକ୍ତ ୮୯.୧୫ କୋଟି ବହନ କରିବେ ରାଜ୍ୟ ସରକାର। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Leave A Reply

Your email address will not be published.