Odisha Link
Bridging the Missing Links in Odisha

ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଲା ଓଡ଼ିଶା ବିଧାନସଭାର ବଜେଟ ଅଧିବେଶନ

ଓଏଲ୍ ବ୍ୟୁରୋ: ଆରମ୍ଭ ହେଲା ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ। ରାଜ୍ୟପାଳଙ୍କ ଅଭିଭାଷଣରୁ ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି। ସରକାରଙ୍କ ବିଭିନ୍ନ ଯୋଜନା ସଂପର୍କରେ ରାଜ୍ୟପାଳ ମତ ରଖୁଚନ୍ତି। ଏହାପରେ ଦିବଂଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବକୁ ଗୃହରେ ମୁଖ୍ୟମନ୍ତ୍ରୀ ଆଗତ କରିବେ। ଏହି ଅଧିବେଶନରେ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବେ ବିରୋଧୀ ବିଜେଡି ଓ କଂଗ୍ରେସ। ୮ ମାସରେ ନୂଆ ନୂଆ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିବାକୁ ବିରୋଧୀ ରଣନୀତି ପ୍ରସ୍ତୁତ କରିଥିବା ବେଳେ କାଉଣ୍ଟର କରିବାକୁ ବିଜେପି ବି କରିଛି ଷ୍ଟ୍ରାଟେଜି।

ସୂଚନା ଅନୁସାରେ, ଫେବ୍ରୁଆରି ୧୩ ତାରିଖରୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହୋଇ ଦୁଇଟି ପର୍ଯ୍ୟାୟରେ ଚାଲିବ। ଫେବ୍ରୁଆରି ୧୩ରୁ ୨୧ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଏବଂ ମାର୍ଚ୍ଚ ୭ରୁ ଏପ୍ରିଲ୍ ୫ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ହେବ।

ଫେବ୍ରୁଆରୀ ୧୭ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ ହେବ। ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦ୍ବିତୀୟ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିବେ।

Leave A Reply

Your email address will not be published.