ବିଧାନସଭା ଆରମ୍ଭରୁ ହଟ୍ଟଗୋଳ, ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି ଘୋଷଣା

ଓଏଲ୍ ବ୍ୟୁରୋ: ବିଧାନସଭା ବଜେଟ ଅଧିବେଶନର ଆଜି ଦ୍ବିତୀୟ ଦିନ। ଆଜି ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା, ଶିଳ୍ପ, ଅନୁସୂଚିତ ଜାତି ଓ ଜନଜାତି ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ ବିଭାଗର ରହିଛି ପ୍ରଶ୍ନକାଳ। ପ୍ରଶ୍ନକାଳରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ୪୧୨ ବିଦ୍ୟାଳୟରେ ଛାତ୍ରୀଙ୍କ ପାଇଁ ସ୍ୱତନ୍ତ୍ର ଶୌଚାଳୟ ନଥିବା କହିଛନ୍ତି। ଏସବୁ ଭିତରେ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ଆରମ୍ଭରୁ ହଟ୍ଟଗୋଳରୁ ପ୍ରଥମେ ମଧ୍ୟାହ୍ନ ୧୨ଟା ଯାଏଁ ମୁଲତବି ଥିଲା। ପୁଣି ଚାଷୀ ପ୍ରସଙ୍ଗରେ ବିଜେଡିର ପ୍ରବଳ ହୋହଲ୍ଲା ପରେ ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି ଘୋଷଣା କରାଯାଇଛି।