ଦୁଇଦିନ ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ

ଓଏଲ୍ ବ୍ୟୁରୋ: ଆସନ୍ତାକାଲି ୧୯ ତାରିଖ ବୁଧବାର ଫାଲଗୁନ କୃଷ୍ଣ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କର ଅନୁଷ୍ଠିତ ହେବ ବନକଲାଗି ନୀତି। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ନୀତି ଶେଷ ହେବାପରେ ଏହି ଗୁପ୍ତ ନୀତି ଅନୁଷ୍ଠିତ ହେବ। ଏଣୁ ଆପାତତଃ ଅପରାହ୍ନ ୫ ଘଟିକା ଠାରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ପ୍ରାୟ ୫ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଅଛି।
ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ସକାଶେ ଆସନ୍ତାକାଲି ୧୯ ଓ ତା ପର ଦିନ ୨୦ ତାରିଖ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଅଛି।