Odisha Link
Bridging the Missing Links in Odisha

କିଟ୍ ବିବାଦ: ନେପାଳ ଦୂତାବାସର ପରାମର୍ଶଦାତାଙ୍କ ସହ ଆଲୋଚନା କଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଭୁବନେଶ୍ୱରର କଳିଙ୍ଗ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (KIIT) ବିଶ୍ୱବିଦ୍ୟାଳୟର ହଷ୍ଟେଲ କ୍ୟାମ୍ପସରେ ଜଣେ ବି.ଟେକ୍‌ ତୃତୀୟ ବର୍ଷର ଛାତ୍ରୀଙ୍କ ମୃତଦେହ ମିଳିବା ପରେ ସାରା ଦେଶରେ ଚହଳ ସୃଷ୍ଟି କରିଛି। ଏହି ଘଟଣାରେ ରାଜ୍ୟ ସରକାର ହସ୍ତକ୍ଷେପ କରିଛନ୍ତି। ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ କମିଟି ଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। କମିଟିର ତଦନ୍ତ କ୍ରମେ ନ୍ୟାୟ ପ୍ରଦାନ କରାଯିବ ବୋଲି ଉଲ୍ଲେଖ କରାଯାଇଛି।

ଅନ୍ୟପଟେ, ନେପାଳ ଦୂତାବାସର ପରାମର୍ଶଦାତା ସଞ୍ଜୀବ ଶର୍ମା ଦାସ ଏବଂ ନବିନ ରାଜ ଅଧିକାରୀ କିଟ୍‌ରେ ନେପାଳୀ ଛାତ୍ରଙ୍କ ମୃତ୍ୟୁକୁ ନେଇ ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ସହ ବୈଠକ କରିଛନ୍ତି। ତଦନ୍ତ ଜାରି ରହିଥିବାବେଳେ ସରକାର ସଠିକ ପଦକ୍ଷେପ ଗ୍ରହଣ କରିବେ ବୋଲି ବୈଠକ ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ସୂଚନା ଦେଇଛନ୍ତି।

Leave A Reply

Your email address will not be published.