ଆଜିଠୁ ରେଖା ଗୁପ୍ତା ସମ୍ଭାଳିବେ ଦିଲ୍ଲୀର ଦାୟିତ୍ୱ, ୪ର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ନେବେ ଶପଥ

ଓଏଲ୍ ବ୍ୟୁରୋ: ପ୍ରାୟ ୧୨ ଦିନ ହେବ ଲାଗିରହିଥିବା ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ଦିଲ୍ଲୀ ପାଇଲା ନୂଆ ମୁଖ୍ୟମନ୍ତ୍ରୀ। ରେଖା ଗୁପ୍ତା ହେଲେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ। ଆଜିଠୁ ଦିଲ୍ଲୀରେ ଚାଲିବ ରେଖା ସରକାର। ବିଧାୟକ ଦଳ ବୈଠକ ପରେ ନାମ ଘୋଷଣା ହୋଇଛି। ନାଁ ଘୋଷଣା ପରେ ରେଖା ଗୁପ୍ତାଙ୍କ ହାତରେ ରହିବ ଦିଲ୍ଲୀର ଶାସନ ଭାର। ବହୁ କଳ୍ପନା ଜଳ୍ପନା ପରେ ଶେଷରେ ରେଖାଙ୍କ ନାଁରେ ବାଜିଲା ମୁଖ୍ୟମନ୍ତ୍ରୀ ମୋହର। ଆଜି ରାମଲୀଳା ମୈଦାନରେ ଶପଥ ଗ୍ରହଣ ଉତ୍ସବ ହେବ। ୪ର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ରେଖା ଗୁପ୍ତା। ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ହେବେ ରେଖା ଗୁପ୍ତା।
ଶପଥ ଗ୍ରହଣ ସମାରୋହକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମେତ ୫୦ରୁ ଅଧିକ ବଡ଼ ବଡ଼ ନେତା ଶପଥ ଗ୍ରହଣ ସମାରୋହରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ସେହିପରି ୨୦ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ ସମାରୋହରେ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି।