ମାଟ୍ରିକ ପରୀକ୍ଷାର ଦ୍ୱିତୀୟ ଦିନ: କପି ରୋକିଲା ବୋର୍ଡର ବ୍ୟାପକ ବନ୍ଦୋବସ୍ତ

ଓଏଲ୍ ବ୍ୟୁରୋ: ଆଜି ମାଟ୍ରିକ ପରୀକ୍ଷାର ଦ୍ୱିତୀୟ ଦିନ। ଶେଷ ହୋଇଛି ଇଂରାଜୀ ପେପରରେ ପରୀକ୍ଷା। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇଥିଲା, ଯାହା ୧୧ଟା ୩୦ ପର୍ଯ୍ୟନ୍ତ ଚାଲିଥିଲା। କପି ରୋକିବାକୁ ବୋର୍ଡ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିଲା। ପ୍ରଥମ ଦିନ ମାତୃଭାଷା ପରୀକ୍ଷାରେ ଏଆଇ ଦ୍ୱାରା କେତେକ ପରୀକ୍ଷା କେନ୍ଦ୍ରରୁ ଅବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଥିବା ବେଳେ ତ୍ରୁଟି ସୁଧାରିବାକୁ ସଜାଗ ହୋଇଛି ବୋର୍ଡ। ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି କ୍ୟାମେରା ଲାଗିଛି। ଇଂରାଜୀ ପରୀକ୍ଷାରେ କପି କରି ଧରାପଡିଲେ ୮ ପରୀକ୍ଷାର୍ଥୀ। ପରୀକ୍ଷା ଶେଷ ହେବା ପରେ ଏନେଇ ସୂଚନା ଦେଇଛନ୍ତି ବୋର୍ଡ ଉପସଭାପତି। ଧରାପଡିଥିବା ପରୀକ୍ଷାର୍ଥୀଙ୍କ ସହ ଅନ୍ୟ କେହି ସାମିଲ ନଥିବା ଉପସଭାପତି କହିଛନ୍ତି।