Odisha Link
Bridging the Missing Links in Odisha

କୃଷକଙ୍କୁ ପିଏମ୍ କିଷାନ ଟଙ୍କା ପ୍ରଦାନ କଲେ ପ୍ରଧାନମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: କୃଷକଙ୍କ ଖାତାକୁ ଆସିଲା ପିଏମ୍‌ କିଷାନ ଟଙ୍କା। ବିହାରରୁ ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ର ୧୯ତମ କିସ୍ତି ଚାଷୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି ପ୍ରଧାନମନ୍ତ୍ରୀ। ଆଜି ପିଏମ୍ କିଷାନ ଟଙ୍କା ୯.୮ କୋଟିରୁ ଚାଷୀଙ୍କୁ ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ର ୧୯ତମ କିସ୍ତିରେ ସାମିଲ କରାଯାଇଥିବା ବେଳେ ଏଥିରେ ଓଡିଶାରୁ ୩୪ ଲକ୍ଷରୁ ଅଧିକ ଚାଷୀ ରହିଛନ୍ତି। ଏନେଇ ସୂଚନା ଦେଇଛନ୍ତି କୃଷି ସଚିବ ଅରବିନ୍ଦ ପାଢୀ।

ପିଏମ ମୋଦୀ ଡିବିଟି ଜରିଆରେ ୯ କୋଟି ୫୦ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଛନ୍ତି। ସରକାର ଏହି କିସ୍ତି ପାଇଁ ୨୨ ହଜାର କୋଟିରୁ ଅଧିକ ଅର୍ଥ ବ୍ୟୟବରାଦ କରିଛନ୍ତି। ପିଏମ କିଷାନ ଯୋଜନାରେ ଦେଶର କୃଷକଙ୍କୁ ଆର୍ଥିକ ସ୍ଥିରତା ପ୍ରଦାନ କରୁଛି। ପୂର୍ବରୁ ଯୋଜନାର ୧୮ତମ କିସ୍ତି ୨୦୨୪ ଅକ୍ଟୋବର ୫ରେ ମହାରାଷ୍ଟ୍ରରୁ ଜାରି କରିଥିଲେ ପ୍ରଧାନମନ୍ତ୍ରୀ। ଯୋଜନାରେ ଚାଷୀଙ୍କୁ ପ୍ରତିବର୍ଷ ୩ଟି କିସ୍ତିରେ ୬ ହଜାର ଟଙ୍କା ପ୍ରଦାନ କରୁଛନ୍ତି ସରକାର।

Leave A Reply

Your email address will not be published.