ଚାଷୀଙ୍କ ପାଇଁ ଖୁସି ଖବର: ଆଜି ପିଏମ୍ କିଷାନ ଟଙ୍କା ଦେବେ ପ୍ରଧାନମନ୍ତ୍ରୀ

ଓଏଲ୍ ବ୍ୟୁରୋ: ଚାଷୀଙ୍କ ପାଇଁ ଖୁସି ଖବର। ଆଜି କୃଷକଙ୍କ ଖାତାକୁ ଆସିବ ପିଏମ୍ କିଷାନ ଟଙ୍କା। ଦେଶର ପ୍ରାୟ ୯ କୋଟି ଚାଷୀଙ୍କ ଖାତାକୁ ୨ ହଜାର ଲେଖାଏଁ ଟଙ୍କା ଆସିବ। ପ୍ରଧାନମନ୍ତ୍ରୀ ଡିବିଟି ଜରିଆରେ ଏହି ଟଙ୍କା ଚାଷୀ ଆକାଉଣ୍ଟକୁ ପଠାଯିବ। ସରକାର ଏହି କିସ୍ତି ପାଇଁ ୨୦ ହଜାର କୋଟିରୁ ଅଧିକ ଅର୍ଥ ବ୍ୟୟବରାଦ କରିଛନ୍ତି।
୨୦୨୪ ଅକ୍ଟୋବର ୫ ତାରିଖରେ ମହାରାଷ୍ଟ୍ରରୁ ୧୮ତମ କିସ୍ତି ପ୍ରଦାନ କରାଯାଇଥିବାବେଳେ ଆଜି ବିହାରରୁ ୧୯ତମ କିସ୍ତି ଚାଷୀଙ୍କ ଆକାଉଣ୍ଟକୁ ପଠାଇବେ ପ୍ରଧାନମନ୍ତ୍ରୀ ମୋଦି। ଏହି ଯୋଜନାରେ ଚାଷୀଙ୍କୁ ପ୍ରତିବର୍ଷ ୩ଟି କିସ୍ତିରେ ୬ ହଜାର ଟଙ୍କା ପ୍ରଦାନ କରାଯାଉଛି। ପିଏମ କିଷାନ ଯୋଜନା ହେଉଛି ଏକ କେନ୍ଦ୍ରୀୟ କୃଷି କଲ୍ୟାଣ ଯୋଜନା। ୨୦୧୯ ଫେବୃଆରୀ ମାସରେ ମୋଦି ସରକାର ଏହାକୁ ଆରମ୍ଭ କରିଥିଲେ।