Odisha Link
Bridging the Missing Links in Odisha

ଆରପାରିରେ ଉତ୍ତମ ମହାନ୍ତି, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ

ଓଏଲ୍‌ ବ୍ୟୁରୋ: ଅଫେରା ରାଇଜରେ ଓଲିଉଡର ମହାନାୟକ। ଆଉ ନାହାନ୍ତି ଏଭରଗ୍ରୀନ୍ ହିରୋ। ଲିଭର ସିରୋସିସ୍‌ ରୋଗରେ ପୀଡ଼ିତ ହୋଇ ଗୁରୁଗାଓଁ ‌ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ପ‌ରଲୋକ ହୋଇଛି। ୬୭ ବର୍ଷ ବୟସରେ ତାଙ୍କର ପ‌ରଲୋକ ହୋଇଛି। ଉତ୍ତମଙ୍କ ବିୟୋଗରେ ଓଲିଉଡ୍‌ ତଥା ସାରା ଓଡ଼ିଶାରେ ଶୋକର ଛାୟା ଖେଳିଯାଇଛି। ସଂପର୍କୀୟ, ବିଶିଷ୍ଟ ବ୍ୟକ୍ତି ଅନ୍ତିମ ଦର୍ଶନ କରିବା ପରେ ଶେଷକୃତ୍ୟ କରାଯାଇଛି। ସତ୍ୟନଗର ଶ୍ମଶାନରେ ଶେଷକୃତ୍ୟ ହେଉଛି।

ଗତ ୬ ତାରିଖରେ ସ୍ବାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ବରର କିମ୍‌ସ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଉନ୍ନତ ଚିକିତ୍ସା ପାଇଁ ୮ ତାରିଖରେ ତାଙ୍କୁ ଏୟାର ଆମ୍ବୁଲାନ୍ସରେ ଦିଲ୍ଲୀ ସ୍ଥାନାନ୍ତର କରାଯାଇଥିଲା। ‌ସେଠାରେ ତାଙ୍କର ଲିଭର ସିରୋସିସ୍‌ ସହ ନିମୋନିଆର ଚିକିତ୍ସା ଚାଲିଥିଲା। ସାରା ରାଜ୍ୟରେ ଶହଶହ ପ୍ରଶଂସକ ତାଙ୍କର ଆରୋଗ୍ୟ କାମନା କରିଥିଲେ। ତେବେ ୨୦ ଦିନ କାଳ ହସ୍ପିଟାଲରେ ମୃତ୍ୟୁ ସହ ସଂଗ୍ରାମ କରି ‌ଶେଷରେ ଚିରବିଦାୟ ନେଇଗଲେ ଉତ୍ତମ। ତାଙ୍କର ପରଲୋକରେ ଓଲିଉଡ୍‌ରେ ଏକ ଯୁଗର ଅବସାନ ଘଟିଲା।

Leave A Reply

Your email address will not be published.