ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ: ବିଧାନସଭା ପରିସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ

ଓଏଲ୍ ବ୍ୟୁରୋ: ଆଜି ପ୍ରବାଦ ପୁରୁଷ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ। କହିବାକୁ ଗଲେ ବିଜୟାନନ୍ଦ ପଟ୍ଟନାୟକ ଓରଫ ବିଜୁ ପଟ୍ଟନାୟକ ଗୋଟିଏ ଜାତି ଓ ଗୋଟିଏ ରାଜ୍ୟର ପରିଚୟ। କେବଳ ପରିଚୟ ନୁହେଁ ବରଂ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଆଙ୍କିଥିଲେ ଓଡ଼ିଶାର ଗର୍ବ, ଗରିମା ଓ ସ୍ବାଭିମାନର ସ୍ବାକ୍ଷର। ୧୯୧୬ ମାର୍ଚ୍ଚ ୫ରୁ ୧୯୯୭ ଏପ୍ରିଲ୍ ୧୭ ତାରିଖ-୮୧ ବର୍ଷର ଜୀବନ। ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ ଅବସରରେ ବିଧାନସଭା ପରିସରରେ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ଓ ଉପମୁଖ୍ୟମନ୍ତ୍ରୀ ଯୋଗ ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।