ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶେଷ, ୧୫ ଦିନରେ ସରିବ ପରୀକ୍ଷା ଖାତାର ମୂଲ୍ୟାଙ୍କନ

ଓଏଲ୍ ବ୍ୟୁରୋ: ଚଳିତବର୍ଷର ମାଟ୍ରିକ ପରୀକ୍ଷା ଶେଷ ହୋଇଛି। ଫେବୃଆରୀ ୨୧ ତାରିଖରେ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଆଜି ଶେଷ ହୋଇଛି। ଶେଷ ଦିନରେ ଶେଷ ଦିନରେ ହିନ୍ଦୀ ଓ ସଂସ୍କୃତ ବିଷୟରେ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଚଳିତବର୍ଷ ୩ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ରରେ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଉଥିଲେ। ପରୀକ୍ଷା ଶେଷ ହୋଇଥିବାବେଳେ ଆସନ୍ତା ୧୯ରୁ ଖାତା ଦେଖା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ମାଟ୍ରିକ ବୋର୍ଡ କର୍ତ୍ତୃପକ୍ଷ। ସେହିଭଳି ପରୀକ୍ଷାକୁ ସ୍ୱଚ୍ଛଳ କରିବା ପାଇଁ କଡା ସୁରକ୍ଷା ବ୍ୟବସ୍ତା କରାଯାଇଥିଲା।
ମାର୍ଚ୍ଚ ୧୯ରୁ ପାଖାପାଖି ୧୩ ଦିନ ଧରି ଛାତ୍ରଛାତ୍ରୀଙ୍କ ପରୀକ୍ଷା ଖାତାର ମୂଲ୍ୟାଙ୍କନ ହେବ। ପରୀକ୍ଷା ଖାତା ମୂଲ୍ୟାଙ୍କନ ସରିବା ପରେ ଦଶମ ରେଜଲ୍ଟ ପ୍ରକାଶ ହେବ। ଚଳିତ ବର୍ଷ ପ୍ରଥମ ଥର ପାଇଁ କପି ରୋକିବାକୁ ବୋର୍ଡ ପକ୍ଷରୁ ପ୍ରଶ୍ନପତ୍ରରେ କ୍ୟୁଆର କୋଡର ବ୍ୟବସ୍ଥା କରାଯାଇଥିଲା। ଏହାଛଡା ପରୀକ୍ଷା କେନ୍ଦ୍ରରେ ଯେମିତି ଅନିୟମିତତା ନହେବ ସେଥିପାଇଁ ଫ୍ଲାଇଂ ସ୍କ୍ୱାଡ୍, ସେଣ୍ଟ୍ରାଲ ଅବ୍ଜରଭର୍ ଓ ଜିଲ୍ଲା ସ୍ତରୀୟ ପର୍ୟ୍ୟବେକ୍ଷକଙ୍କୁ ନିୟୋଜିତ କରାଯାଇଥିଲା।