ବିଧାନସଭାକୁ ମୋବାଇଲ ନେଇପାରିବେ ସାମ୍ବାଦିକ, ନିଷ୍ପତ୍ତି ବଦଳାଇଲେ ସରକାର

ଓଏଲ୍ ବ୍ୟୁରୋ: ବିଧାନସଭା ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି। ଏହା ଏପ୍ରିଲ ୫ତାରିଖ ପର୍ଯ୍ୟନ୍ତ ଚାଲିବ। ହେଲେ ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ ଠାରୁ ଦ୍ବିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଅଧିକ ଚର୍ଚ୍ଚାରେ ରହିଛି। ଗୃହରେ ଜୟନାରାୟଣ ମିଶ୍ର ଓ ତାରା ବାହିନୀପତି ହାତାହାତି ହୋଇଛନ୍ତି। ମଙ୍ଗଳବାର ବିଧାନସଭା ପ୍ରଶ୍ନୋତ୍ତର ଚାଲିଥିବା ବେଳେ ଦୁଇ ବିଧାୟକ ହାତାହାତି ହୋଇଛନ୍ତି। ଏନେଇ ତାରାଙ୍କୁ ୭ ଦିନ ପାଇଁ ଗୃହରୁ ସସ୍ପେଣ୍ଡ କରାଯାଇଛି। ବିଶୃଙ୍ଖଳିତ ଆଚରଣ ପାଇଁ ସସ୍ପେଣ୍ଡ କରିଛନ୍ତି ବାଚସ୍ପତି ସୁରମା ପାଢୀ।
ଅନ୍ୟପଟେ, ଧାରଣାରୁ ଓହରିଲେ ସାମ୍ବାଦିକ। ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜଙ୍କ ବୁଝାସୁଝା ପରେ ମୋବାଇଲ ମନାକୁ ନେଇ ଗାନ୍ଧୀ ମୂର୍ତ୍ତି ତଳେ ଧାରଣା ଦେଇଥିବା ସାମ୍ବାଦିକ ଧାରାଣରୁ ଓହରିଛନ୍ତି। ବିଧାନସଭାକୁ ସାମ୍ବାଦିକଙ୍କ ମୋବାଇଲ ମନାକୁ ନେଇ ଗାନ୍ଧୀ ମୂର୍ତ୍ତି ତଳେ ଧାରଣା ଦେଇଥିଲେ ସାମ୍ବାଦିକ। ବିଧାନସଭା ପ୍ରେସ ଗ୍ୟାଲେରିକୁ ଆଜି ସାମ୍ବାଦିକମାନଙ୍କୁ ମୋବାଇଲ ନେବାକୁ ବାରଣ କରାଯାଇଥିଲା।