Odisha Link
Bridging the Missing Links in Odisha

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପରିଦର୍ଶନ କଲେ ଗଜପତି ମହାରାଜା

ଓଏଲ୍‌ ବ୍ୟୁରୋ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବୁଲୁଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ। ଅଧାପନ୍ତରିଆ ପ୍ରକଳ୍ପ, ମଠ ପୁନରୁଦ୍ଧାର, ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ବୁଲିଛନ୍ତି ଗଜପତି ମହାରାଜା। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ଶ୍ରୀଗୁଣ୍ଡିଚା ମନ୍ଦିର ବୁଲିବା ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବ କହିଛନ୍ତି, ଶ୍ରୀମନ୍ଦିର ଉତ୍ତରଦ୍ବାର ବାହାରେ ଖୋଲାଯିବ ଅନ୍ନକ୍ଷେତ୍ର। ଭକ୍ତମାନେ ଆନନ୍ଦବଜାରରୁ ମହାପ୍ରସାଦ ଆଣି ଉତ୍ତର ଦ୍ବାର ବାହାରେ ହେବାକୁ ଥିବା ଅନ୍ନକ୍ଷେତ୍ରରେ ମହାପ୍ରସାଦ ସେବନ କରିପାରିବେ।

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଓ ଶ୍ରୀଗୁଣ୍ଡିଚା ମନ୍ଦିର ବୁଲିବା ପରେ ଏହା କହିଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ। ଏହା ସହ ଗଜପତି ମହାରାଜା କହିଛନ୍ତି ଶ୍ରୀମନ୍ଦିର କାର୍ୟ୍ୟାଳୟକୁ ସ୍ଥାନାନ୍ତରଣ କରାଯିବ। ଶ୍ରୀଜଗନ୍ନାଥ ସାଂସ୍କୃତିକ ଲାଇବ୍ରେରୀ ଓ ରଘୁନନ୍ଦନ ଲାଇବ୍ରେରୀ ଉନ୍ନତିକରଣ କରାଯିବ। ଆଜି ସକାଳେ ପ୍ରଥମେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବୁଲିଥିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଅଧାପନ୍ତରିଆ ପ୍ରକଳ୍ପ, ମଠ ପୁନରୁଦ୍ଧାର, ମହାପ୍ରଭୁଙ୍କ ପ୍ରମୋଦ ଉଦ୍ୟାନ ବୁଲୁଛନ୍ତି ଗଜପତି ମହାରାଜା। ଗଜପତିଙ୍କ ସହ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପି, ଓବିସିସି ଅଧିକାରୀ ଓ ମଠ ମହନ୍ତ ମଧ୍ୟ ଉପସ୍ଥିତ ଅଛନ୍ତି।

Leave A Reply

Your email address will not be published.