Odisha Link
Bridging the Missing Links in Odisha

ରାଜ୍ୟରେ ବଢୁଛି ଦିନ ତାପମାତ୍ରା, ୧୨ ଜିଲ୍ଲାକୁ ହିଟ୍‌ୱେଭ ୱାର୍ଣ୍ଣିଂ

ଓଏଲ୍‌ ବ୍ୟୁରୋ: ସାରା ରାଜ୍ୟରେ ଦିନ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଥିବାବେଳେ ଆସନ୍ତା ୪ ଦିନ ଅସମ୍ଭାଳ ତାତି ନେଇ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଜି ଦିନ ସାଢ଼େ ୧୧ରେ ୩୭ ଟପିଲା ଝାରସୁଗୁଡ଼ା ତାପମାତ୍ରା। ସାଢ଼େ ୧୧ ସୁଦ୍ଧା ଝାରସୁଗୁଡ଼ା ୩୭.୨ ଡିଗ୍ରୀ ଛୁଇଁଛି। ୪ ଦିନ ଅର୍ଥାତ୍ ୧୪, ୧୫ ଓ ୧୬ ତାରିଖରେ ପ୍ରବଳ ଖରା ନେଇ ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରିଥିଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ବଲାଙ୍ଗୀର, ବୌଦ୍ଧ, ସମ୍ବଲପୁର ଓ ଝାରସୁଗୁଡ଼ା ବ୍ୟତୀତ ଆଭ୍ୟନ୍ତରୀଣ ଓଡ଼ିଶାର ୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୪ରେ ପ୍ରବଳ ଖରା ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ବଲାଙ୍ଗୀର ଓ ଅନୁଗୁଳକୁ ୟେଲୋ ୱାର୍ଣ୍ଣିଂ ୧୫ରେ ସୁନ୍ଦରଗଡ଼, ସୋନପୁର, ଅନୁଗୁଳ, ବରଗଡ଼ ଓ ମଯୂରଭଞ୍ଜକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ୧୬ରେ ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ସୁନ୍ଦରଗଡ଼ ଓ ମଯୂରଭଞ୍ଜ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୪ରୁ ୫ ଦିନ ଭିତରେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୩ରୁ ୪ ଡିଗ୍ରୀ ଯାଏଁ ବଢ଼ିବା ନେଇ ପୂର୍ବାନୁମାନ କରାଯାଉଛି।

Leave A Reply

Your email address will not be published.