ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ଗୃହକୁ ମୁଲତବି ଘୋଷଣା କଲେ ବାଚସ୍ପତି

ଓଏଲ୍ ବ୍ୟୁରୋ: ତିନି ଦିନର ବିରତି ପରେ ଆଜି ପୁଣି ସରଗରମ ହେଇଛି ବିଧାନସଭା। ଆଜି ଗୃହରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ଅର୍ଥ, ଇଲେକ୍ଟ୍ରୋନିକ ଓ ସୂଚନା ପ୍ରଯୁକ୍ତି, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ସଂସଦୀୟ ବ୍ୟାପାର ବିଭାଗର ପ୍ରଶ୍ନକାଳ ରହିଥିବାବେଳେ ଆରମ୍ଭରୁ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିଛି। ଶେଷରେ ବାଧ୍ୟ ହୋଇ ବାଚସ୍ପତି ୧୨.୧୫ ପର୍ୟ୍ୟନ୍ତ ଗୃହକୁ ମୁଲତବି ଘୋଷଣା କରିଥିଲେ।