Odisha Link
Bridging the Missing Links in Odisha

ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ

ଓଏଲ୍‌ ବ୍ୟୁରୋ: ପରଲୋକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ଦେବେନ୍ଦ୍ର ପ୍ରଧାନ। ପୂର୍ବାହ୍ନ ୧୦.୩୦ ସମୟରେ ପରଲୋକ ହୋଇଥିବା ସୂଚନା ରହିଛି। ଦିଲ୍ଲୀ ସ୍ଥିତ ବାସଭବନରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡ. ଦେବେନ୍ଦ୍ର ପ୍ରଧାନଙ୍କ ଦେହାନ୍ତ ହୋଇଛି।ବାଜପେୟୀଙ୍କ ସରକାରରେ ପରିବହନ ମନ୍ତ୍ରୀ ଥିଲେ ଡ. ଦେବେନ୍ଦ୍ର ପ୍ରଧାନ। ୧୯୮୮ରୁ ୧୯୯୩ ରାଜ୍ୟ ବିଜେପି ସଭାପତି ଥିଲେ ଦେବେନ୍ଦ୍ର। ୧୯୯୩ରୁ ୧୯୯୫ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଥିଲେ। ପୁନର୍ବାର ୧୯୯୫ରୁ ୧୯୯୭ ଯାଏଁ ବିଜେପି ସଭାପତି ରହିଥିଲେ। ୧୯୯୮ରେ ଦେବଗଡ଼ରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ।

Leave A Reply

Your email address will not be published.